ଭଦ୍ରକରେ ବଢ଼ିଲା କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌

ଭଦ୍ରକ: କରୋନା ସ୍ଥିତିକୁ ନେଇ ଭଦ୍ରକ ଜିଲ୍ଲାର ଆଉ ୫ଟି ପଞ୍ଚାୟତକୁ କଣ୍ଟେନ୍‌ମେଣ୍ଟ ଜୋନ୍ ଭାବେ ଘୋଷଣା କରିଛି ପ୍ରଶାସନ। କଣ୍ଟେନ୍‌ମେଣ୍ଟ ଜୋନ୍‌ରେ ଧାମନଗର ବ୍ଲକର ୩ଟି ଓ ତିହିଡ଼ି ବ୍ଲକର ୨ଟି ପଞ୍ଚାୟତ ରହିଛି।

ଧାମନଗରର କଲ୍ୟାଣୀ, ଖଡ଼ିପଦା ଓ ଆନନ୍ଦପୁର ପଞ୍ଚାୟତକୁ କଣ୍ଟେନ୍‌ମେଣ୍ଟ ଜୋନ୍ ଭାବେ ଘୋଷଣା କରାଯାଇଛି। କଲ୍ୟାଣୀ ଓ ଖଡ଼ିପଦା ପଞ୍ଚାୟତର ସବୁ ଗାଁ ସହ ଆନନ୍ଦପୁର ପଞ୍ଚାୟତର ଉତ୍ତେଇପୁର ଗାଁକୁ ମଧ୍ୟ କଣ୍ଟେନ୍‌ମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି।

ସେହିପରି ତିହିଡ଼ି ବ୍ଲକର ବାମନବିନ୍ଧା ଓ କାଁପଡ଼ା ପଞ୍ଚାୟତ କଣ୍ଟେନ୍‌ମେଣ୍ଟ ଜୋନ୍ ଭାବେ ଘୋଷଣା କରାଯାଇଛି। ବାମନବିନ୍ଧା ପଞ୍ଚାୟତର କାନପୁର, ଷଣ୍ଡକପୁର ଓ ବାମନବିନ୍ଧା ଗାଁ ଏବଂ କାଁପଡ଼ା ପଞ୍ଚାୟତର କାଁପଡ଼ା, କାଁପଡ଼ାବିନ୍ଧା ଓ ତଳକାଁପଡ଼ା ଗାଁକୁ କଣ୍ଟେନ୍‌ମେଣ୍ଟ ଜୋନ୍ ଭାବେ ଘୋଷଣା ହୋଇଛି। ଏବେ ସୁଦ୍ଧା ଭଦ୍ରକ ଜିଲ୍ଲାର ୧୮ଟି ପଞ୍ଚାୟତକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ରେ ଅନ୍ତର୍ଭୁକ୍ତ କରାଯାଇଛି।

ସୂଚନାଥାଉ କି, ବର୍ତ୍ତମାନ ସୁଦ୍ଧା ଭଦ୍ରକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୨ ଜଣ ସୁସ୍ଥ ହୋଇଥିବାବେଳେ ଆଉ ୧୪ ଜଣ ଚିକିତ୍ସାଧୀନ ଅଛନ୍ତି।

ଆହୁରି ପଢ଼ନ୍ତୁ

ସରପଞ୍ଚ ଗଣିବେ ଲକ୍ଷେ ଟଙ୍କା ଫାଇନ୍‌

ପର୍ବତାରୋହୀ ଯୋଗବ୍ୟାସ ଭୋଇଙ୍କ ଉପରକୁ ଆକ୍ରମଣ

ପରଲୋକରେ ‘ଜହ୍ନମାମୁଁ’ ପତ୍ରିକାର ପ୍ରସିଦ୍ଧ କାର୍ଟୁନିଷ୍ଟ କେ.ସି ଶିବଶଙ୍କର

ପାନ ଖାଇ ଶ୍ରୀମନ୍ଦିରକୁ ଯାଇପାରିବେନି; ଧରା ପଡ଼ିଲେ ଗଣିବେ ଫାଇନ୍‌

ଗାନ୍ଧି ଜୟନ୍ତୀରୁ ବିଜେଡିର କୋଭିଡ୍ ମହାମାରୀ ସଚେତନତା ଅଭିଯାନ

ବିଜୁଳି ଦର ବୃଦ୍ଧି ନେଇ ସରକାରଙ୍କୁ କଂଗ୍ରେସର ଟାର୍ଗେଟ୍‌

ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ର କପିକୁ ଚିରି ଦେଲେ ତାରା

ଗୃହରେ କୋଭିଡ ତାତି; କଂପାନୀଙ୍କୁ ବ୍ଲାଙ୍କ୍ ଚେକ୍ କାହିଁକି ଦିଆଯାଇଥିଲା ବୋଲି ପ୍ରଶ୍ନ କଲା ବିରୋଧୀ

ରାଜ୍ୟରେ ୩୮୯୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ମୋଟ ସୁସ୍ଥ ସଂଖ୍ୟା…

କମିବ ଘରୋଇ ସ୍କୁଲ୍‌ ଫି !

ଭୁବନେଶ୍ୱରରୁ ୩୨୯ ପଜିଟିଭ ଚିହ୍ନଟ ଓ ୩୯୫ ସୁସ୍ଥ

ହାଇକୋର୍ଟରେ ମାମଲା ଦାୟର କଲେ ସମ୍ବିତ ପାତ୍ର

You might also like