ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩୮୭ କରୋନା ରୋଗୀ

ଭୁବନେଶ୍ୱର:ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୩୮୭ କରୋନା ସଂକ୍ରମିତ। ସେମାନଙ୍କ ମଧ୍ୟରୁ ୨୨୦ କ୍ୱାରେଣ୍ଟିନ ସେଣ୍ଟରରୁ ଏବଂ ୧୬୭ ଲୋକାଲ କେସ୍‌ । ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ।

ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୩,୦୨୯ ଛୁଇଁଥିବାବେଳେ ସୁସ୍ଥ ହୋଇଛନ୍ତି ୩,୧୭,୮୭୦ । ରାଜ୍ୟରେ ବର୍ତ୍ତମାନ ଆକ୍ଟିଭ କେସ୍‌ ଅଛି ୩୩୦୮।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୫୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧାରୁ ଉଦ୍ଧାର ହୋଇଛନ୍ତି ୫୧। ଅନୁଗୁଳରେ ୨୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ମୟୂରଭଞ୍ଜରୁ ୨୫ ଓ ଭଦ୍ରକରେ ୨୧ ଜଣ ଚିହ୍ନଟ ହୋଇଛନ୍ତି। ଅନ୍ୟ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ତଳେ ରହିଛି।

You might also like