୧୨ ଜିଲ୍ଲାରୁ ଚିହ୍ନଟ ହେଲେନି ଜଣେ ବି କରୋନା ରୋଗୀ
ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ହ୍ରାସ ପାଉଥିବା ଦେଖିବାକୁ ମିଳୁଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୨ ଜଣ କ୍ୱାରେଣ୍ଟାଇନ୍ ଓ ୫୦ ଜଣ ଲୋକାଲ୍ କେସ୍ ଥିବା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଖୁସିର କଥା ୧୨ଟି ଜିଲ୍ଲାରୁ ଜଣେ ବି ଆକ୍ରାନ୍ତ ଚିହ୍ନଟ ହୋଇ ପାରିନାହାନ୍ତି।
ମିଳିଥିବା ରିପୋର୍ଟ ଅନୁଯାୟୀ, ୧୮ଟି ଜିଲ୍ଲା ଓ ଷ୍ଟେଟ୍ ପୁଲ୍ରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୨୬ ଜଣ ଚିହ୍ନଟ ହୋଇଛନ୍ତି। ଅନୁଗୋଳ ଜିଲ୍ଲାରୁ ୧୦ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ଜଣେ, ବରଗଡ଼ରୁ ୬, ଭଦ୍ରକରୁ ୫, ବଲାଙ୍ଗିରରୁ ୨, କଟକରୁ ୩, ଦେବଗଡ଼ରୁ ଜଣେ, ଗଞ୍ଜାରୁ ୪, ଜଗତସିଂହପୁରରୁ ଜଣେ, ଯାଜପୁରରୁ ୨, ଝାରସୁଗୁଡ଼ାରୁ ୪, ଖୋର୍ଦ୍ଧାରୁ ୫, ମୟୂରଭଞ୍ଜରୁ ୩, ନୂଆପଡ଼ାରୁ ୬, ପୁରୀରୁ ୧୭, ସମ୍ବଲପୁରରୁ ୨୩ ଓ ସୋନପୁରରୁ ୨ ଜଣ ଚିହ୍ନଟ ହୋଇଛନ୍ତି।
ସେହିପରି ଷ୍ଟେଟ୍ ପୁଲ୍ରୁ ମାତ୍ର ଜଣେ ଚିହ୍ନଟ ହୋଇଛନ୍ତି। ସେହିପରି ବୌଦ୍ଧ, ଢେଙ୍କାନାଳ, ଗଜପତି, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, କେନ୍ଦ୍ରାପଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୟାଗଡ଼ ଓ ରାୟଗଡ଼ା ଜିଲ୍ଲାରୁ ଜଣେ ବି ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି ।
ଏଠି କହିରଖିବୁ, ଗତ ୨୪ ଘଣ୍ଟାରେ ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୩,୫୬୬ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୩,୨୯,୮୦୧ ଜଣ ସୁସ୍ଥ ହୋଇସାରିଛନ୍ତି। ୧,୮୧୦ ଜଣ ଚିକିତ୍ସାଧୀନ ଅଛନ୍ତି।
ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ହ୍ରାସ ପାଉଥିବା ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବରଗଡ଼ ଜିଲ୍ଲାର। ତାଙ୍କୁ ମିଶାଇ ଏହି ଜିଲ୍ଲାରେ କରୋନାରେ ୪୨ ଜଣଙ୍କ ଜୀବନ ଗଲାଣି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୯୦୨ରେ ପହଞ୍ଚିଛି।