୨୧ ଜିଲ୍ଲାରୁ ଚିହ୍ନଟ ହେଲେ ୧୫୪ କରୋନା ରୋଗୀ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨୧ ଜିଲ୍ଲାରୁ ୧୫୪ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ୮୯ ଜଣ କ୍ୱାରେଣ୍ଟିନରୁ ଚିହ୍ନଟ ହୋଇଥିବାବେଳେ ୬୫  ଲୋକାଲ କେସ ଥିବା ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ।

ଆଜି ସର୍ବାଧିକ ଆକ୍ରାନ୍ତ ସମ୍ବଲପୁର ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି। ଏଠାର ୧୯ ଜଣ ରୋଗୀ ଚିହ୍ନଟ ହୋଇଥିବାବେଳେ  ଅନୁଗୋଳରୁ ୧୦ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୧, ବରଗଡ଼ରୁ ୯, ଭଦ୍ରକରୁ ୮, ବଲାଙ୍ଗିରରୁ ୩, ବୌଦ୍ଧରୁ ଜଣେ, କଟକରୁ ୯, ଢେଙ୍କାନାଳରୁ ଜଣେ, ଗଜପତିରୁ ୩, ଜଗତସିଂହପୁରରୁ ୫, ଯାଜପୁରରୁ ୬, ଝାରସୁଗୁଡ଼ାରୁ ୬, କେନ୍ଦ୍ରାପଡ଼ାରୁ ଜଣେ, କେନ୍ଦୁଝରରୁ ୫, ଖୋର୍ଦ୍ଧାରୁ ୧୨, ନୟାଗଡ଼ରୁ ଜଣେ, ନୂଆପଡ଼ାରୁ ୪, ପୁରୀରୁ ୧୮, ସୋନପୁରରୁ ୨ ଓ ସୁନ୍ଦରଗଡ଼ରୁ ୧୮ ଜଣ ଚିହ୍ନଟ ହୋଇଛନ୍ତି।

ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ ଦେବଗଡ଼, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ମାଲକାନଗିରି ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ବି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି।

ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୦୨୦ ହୋଇଥିବାବେଳେ  ସୁସ୍ଥ ହୋଇ ଫେରିଛନ୍ତି ୩୩୦୫୪୫। ରାଜ୍ୟରେ ଆକ୍ଟିଭ କେସ ଅଛି ୧୫୧୯।

You might also like