୧୪୬ କରୋନା ଆକ୍ରାନ୍ତ‌ ଚିହ୍ନଟ, କନ୍ଧମାଳରୁ ସର୍ବାଧିକ ୪୮

ଭୁବନେଶ୍ୱର: ରାଜ୍ୟରେ ଆଜି  ଆଉ ୧୪୬ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିମଧ୍ୟରୁ ୧୨୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିବାବେଳେ ୧୮ଟି ଲୋକାଲ କେସ ରହିଛି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଅଛନ୍ତି ୯ ଅଗ୍ନିଶମ କର୍ମଚାରୀ । ସେମାନେ ସମସ୍ତେ ଅମ୍ଫାନ ଡ୍ୟୁଟିରେ ପଶ୍ଚିମବଙ୍ଗ ଯାଇଥିଲେ।

ଆଜି କନ୍ଧମାଳ ଜିଲ୍ଲାରେ ସର୍ବାଧିକ ୪୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଭଦ୍ରକ ଓ  କଟକରୁ ୧୯ ଜଣ ଲେଖାଏ, ସୋନପୁର ୨ ଜଣ  ଚିହ୍ନଟ ହୋଇଛନ୍ତି। ସେହିପରି ଗଞ୍ଜାମ ଓ ବାଲେଶ୍ୱରରୁ ୮ ଲେଖାଏଁ, ଖୋର୍ଦ୍ଧାରୁ ୭, ଅନୁଗୁଳରୁ ୬ ଓ ରାୟଗଡ଼ାରୁ ୫ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ   ସୁନ୍ଦରଗଡ, ଜଗତ୍‌ସିଂହପୁର ଓ ନୟାଗଡରୁ ୪ ଜଣ ଲେଖାଏ, ଢେଙ୍କାନାଳ, ସମ୍ବଲପୁର ଓ ଝାରସୁଗୁଡ଼ାରୁ ଜଣେ ଲେଖାଏ, ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ମୋଟ ୪୦୫୫ କରୋନା ପଜିଟିଭ ଚିହ୍ନଟ କରାଯାଇଥିବାବେଳେ ୨୭୦୮ ଜଣ ସୁସ୍ଥ ହୋଇଛନ୍ତି। ରାଜ୍ୟରେ ଆକ୍ଟିଭ କେସ ରହିଛି ୧୩୩୩। ୧୧ ଜଣଙ୍କର ମୃତ୍ୟୁ ଘଟିଛି।

ଆହୁରି ପଢ଼ନ୍ତୁ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

+୨ ନାମ ଲେଖା ଅବଧି ବଢ଼ିଲା

ଚାହୁଁ ଚାହୁଁ ଜଳିଗଲା ଚଳନ୍ତା କାର୍

ଘରୁ ମିଳିଲା ନାବାଳିକାର ଅର୍ଦ୍ଧଦଗ୍ଧ ମୃତଦେହ

You might also like