ପୁରୀରେ ଚିନ୍ତା ବଢ଼ାଉଛି କରୋନା: ୮ ଦିନରେ ଦୁଇଗୁଣା ହେଲା ମୃତ୍ୟୁ ସଂଖ୍ୟା

ପୁରୀ: ଓଡ଼ିଶାରେ ଦିନକୁ ଦିନ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉ ଥିବାବେଳେ ପୁରୀ ଜିଲ୍ଲାରେ ମଧ୍ୟ ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି।

ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ପୁରୀ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ଏବେ ୩୨ରେ ପହଞ୍ଚିଛି। ଗତ ୮ ତାରିଖରେ ମୃତ୍ୟୁ ସଂଖ୍ୟା ୧୬ ଥିବାବେଳେ ଏବେ ଏହି ସଂଖ୍ୟା ୩୨କୁ ବୃଦ୍ଧି ପାଇବା ପୁଣି ଏତେକମ୍ ଦିନ ଭିତରେ ଯାହା ଏବେ ଚିନ୍ତାର ବିଷୟ ପାଲଟିଛି। ବିଶେଷ କରି ପୁରୀ ପୌରସଂସ୍ଥା ଅଞ୍ଚଳରେ କରୋନା ସଂକ୍ରମଣ ବ୍ୟାପିବାରେ ଲାଗିଛି।

ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ, ସେପ୍ଟେମ୍ବର ୧୬ରେ ପୁରୀ ଜିଲ୍ଲାରେ ୨୯୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସେପ୍ଟେମ୍ବର ୧୫ରେ ୨୮୭ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।

ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ, ରିପୋର୍ଟ ଲେଖାଯିବା ସୁଦ୍ଧା ପୁରୀ ଜିଲ୍ଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୭,୪୨୧ରେ ପହଞ୍ଚିଛି। ସେଥିମଧ୍ୟରୁ ୧,୯୦୭ଜଣ ଚିକିତ୍ସାଧୀନ ଥିବାବେଳେ ୫,୪୭୯ଜଣ ସୁସ୍ଥ ହୋଇଛନ୍ତି। ୩୨ଜଣଙ୍କ ମୃତ୍ୟୁ ଘଟିଛି।  ସେହିପରି ଆଉ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ହେଲେ ଏମାନଙ୍କ ମୃତ୍ୟୁର କାରଣ ଭିନ୍ନ ବୋଲି ସରକାର ଦର୍ଶାଇଛନ୍ତି।

ଆହୁରି ପଢ଼ନ୍ତୁ

ନଭେମ୍ବରରେ କେମିତି ଚାଲିବ ସରକାରୀ ଅଫିସ, ଆସିଲା ଗାଇଡ୍‌ଲାଇନ୍

କମ୍ବିଂ ଅପରେସନ୍ ବେଳେ ପୋଲିସ-ମାଓବାଦୀ ମୁହାଁମୁହିଁ

ଉପନିର୍ବାଚନ ପାଇଁ ୩ରେ ଛୁଟି ଘୋଷଣା

ରାଜ୍ୟରେ ମନ୍ଦିର ଖୋଲାଯିବା ଦରକାର: ଧର୍ମେନ୍ଦ୍ର

୨ଟି ଥାଳି ଫ୍ରି ଆଶାରେ ଅନ୍‌ଲାଇନ୍ ଅର୍ଡର କରୁଥିବା ବ୍ୟକ୍ତିଙ୍କ ଅବସ୍ଥା କଣ ହେଲା ଜାଣନ୍ତୁ

ସୁସ୍ଥ ହୋଇଥିବା ଲୋକଙ୍କୁ ବି ପୁଣି ଥରେ କରୋନା ହେବ କି ନାହିଁ ? ଓଡ଼ିଶାରେ ମିଳିଲା ପ୍ରମାଣ

ଟ୍ରକ୍ ଧକ୍କାରେ ଚାଲିଗଲା ଅଜା-ନାତିର ଜୀବନ

ହବିଷ୍ୟାଳୀଙ୍କ ପାଇଁ ମିଳିବ ମହାପ୍ରସାଦ

ଭୁବନେଶ୍ୱରରେ ଅଧା ଲୋକଙ୍କୁ ଛୁଇଁଗଲାଣି କରୋନା

ନିର୍ବାଚନ ପୂର୍ବରୁ ୧୫୦୦ ଅପରାଧୀ ଚିହ୍ନଟ, ୭୫ ୱାରେଣ୍ଟିଙ୍କୁ ଜେଲ୍

ଫେସବୁକ୍‌ରେ ପ୍ରେମ ନିବେଦନ କରି ଯୁବତୀଙ୍କୁ ଦେଖା କରିବାକୁ ଯାଇଥିଲେ, ତା’ ପରେ…

ଘର ତିଆରି ପାଇଁ ୧୫ ହଜାର ଟଙ୍କାରେ ବିକିଥିଲେ ଶିଶୁ କନ୍ୟା 

You might also like