ଭୁବନେଶ୍ୱର: ଗତକାଲି ତୁଳନାରେ ଆଜି ରାଜ୍ୟରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଗତକାଲି  ୩,୬୩୧ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ଚିହ୍ନଟ ହୋଇଛନ୍ତି ୩,୮୦୬ ଜଣ। ଏମାନଙ୍କ ମଧ୍ୟରୁ ୨୧୭୨ କ୍ୱାରେଣ୍ଟିନରେ ଥିବାବେଳେ ଲୋକାଲ କଣ୍ଟାକ୍ଟସ୍‌ ୧,୬୩୪ ଅଛନ୍ତି। ତେବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଧୀରେଧୀରେ କମୁଛି। ରାଜ୍ୟରେ ଏବେ ୪୦ ତଳେ ରହୁଛି ଦୈନିକ ମୃତ୍ୟୁ ସଂଖ୍ୟା। ଗତକାଲି ୩୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବାବେଳେ ଆଜି  ୩୭ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୩,୫୦୮କୁ ଛୁଇଁଛି।

ଆକ୍ରାନ୍ତଙ୍କ ତାଲିକାରେ ଆଜି ବି ଖୋର୍ଦ୍ଧା ଜିଲ୍ଲା ଉପରେ ରହିଛି। ଏଠାରୁ ସର୍ବାଧିକ ୬୧୭ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରୁ ୧୭୫, ବାଲେଶ୍ୱରଚ ୨୨୦, ବରଗଡ଼ରୁ ୫୮, ଭଦ୍ରକରୁ ୧୫୮, ବଲାଙ୍ଗିରରୁ ୨୮, ବୌଦ୍ଧରୁ ୩୫, କଟକରୁ ୩୯୩, ଦେବଗଡ଼ରୁ ୩୦, ଢେଙ୍କାନାଳରୁ ୪୩, ଗଜପତିରୁ ୪୫, ଗଂଜାମରୁ ୩୬, ଜଗତସିଂହପୁରରୁ ୧୩୦, ଯାଜପୁରରୁ ୩୪୬, ଝାରସୁଗୁଡ଼ାରୁ ୧୯, କଳାହାଣ୍ଡିରୁ ୪୩, କନ୍ଧମାଳରୁ ୩୪, କେନ୍ଦ୍ରାପଡ଼ାରୁ ୧୪୫, କେନ୍ଦୁଝରରୁ ୮୧, କୋରାପୁଟରୁ ୭୭, ମାଲକାନଗିରିରୁ ୭୫, ମୟୂରଭଂଜରୁ ୧୫୯, ନବରଙ୍ଗପୁରରୁ ୮୮, ନୟାଗଡ଼ରୁ ୧୩୪, ନୂଆପଡ଼ାରୁ ୩୧, ପୁରୀରୁ ୨୦୦, ରାୟଗଡ଼ାରୁ ୧୧୧, ସମ୍ବଲପୁରରୁ ୪୫, ସୁବର୍ଣ୍ଣପୁରରୁ୩୬, ସୁନ୍ଦରଗଡ଼ରୁ ୧୧୯ ଓ ଷ୍ଟେଟପୁଲରୁ ୯୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆଜିର ଆକ୍ରାନ୍ତଙ୍କୁ ମିଶାଇବା ପରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୭୦ ହଜାର ୪୯୮ ଛୁଇଁଛି। ଗତ ୨୪ ଘଣ୍ଟା ମଧ୍ୟରେ ୬, ୨୪୦ ଜଣ କରୋନା ମୁକ୍ତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୮,୨୩,୫୯୯ଜଣ ରୋଗୀ କରୋନା ମୁକ୍ତ ହୋଇଛନ୍ତି। ରାଜ୍ୟରେ ବର୍ତ୍ତମାନ ଆକ୍ଟିଭ କେସ ୪୩, ୩୩୮ ରହିଛି।

ସେହିପରି ଆଜି ଖୋର୍ଦ୍ଧାରୁ ସର୍ବାଧିକ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହି ଜିଲ୍ଲାରୁ ୫ ଜଣ ଆକ୍ରାନ୍ତ ଆଖି ବୁଜିଥିବାବେଳେ  କଟକ, ଝାରସୁଗୁଡ଼ା, କଳାହାଣ୍ଡିରୁ ୪ ଲେଖାଏଁ, ବରଗଡ଼, ପୁରୀ, ସୁନ୍ଦରଗଡ଼ରୁ ୩ ଲେଖାଏଁ, ବଲାଙ୍ଗିର, ଦେବଗଡ଼, କେନ୍ଦ୍ରାପଡ଼ା, ରାୟଗଡ଼ାରୁ ୨ ଲେଖାଏଁ ଏବଂ ଗଜପତି, ମୟୂରଭଂଜ, ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ମୃତକଙ୍କ ସଂଖ୍ୟା ୫୫୯ ହୋଇଥିବାବେଳେ ବରଗଡରେ ମୃତ୍ୟୁ ସଂଖ୍ୟା ୮୫କୁ ବୃଦ୍ଧି ପାଇଥିବାବେଳେ କଟକ ୨୨୮, ଝାରସୁଗୁଡ଼ା ୧୦୨, କଳାହାଣ୍ଡି ୧୬୩,  ପୁରୀ ୧୯୦, ସୁନ୍ଦରଗଡ଼ ୩୨୨, ବଲାଙ୍ଗିର ୭୬, ଦେବଗଡ଼ ୩୧, କେନ୍ଦ୍ରାପଡ଼ା ୬୯, ରାୟଗଡ଼ା ୧୩୮,  ଗଜପତି ୬୯, ମୟୂରଭଂଜ ୧୧୨, ସମ୍ବଲପୁରରେ ମୃତ୍ୟୁ ସଂଖ୍ୟା ୧୦୨ ଛୁଇଁଛି।

Other Stories