• translate
Minati Mishra

ଭୁବନେଶ୍ୱର: ରାଜ୍ୟରେ କମୁନି କରୋନା ସଂକ୍ରମଣ। ଦୈନିକ ସଂକ୍ରମଣ ୧୦ ହଜାର ତଳକୁ ଖସୁଥିଲେ ହେଁ ଗତକିଛି ଦିନ ଧରି ୮ ହଜାର ଉପରେ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୮୩୯୯ କରୋନା ସଂକ୍ରମିତ। ଏମାନଙ୍କ ମଧ୍ୟରୁ ୪୭୪୧ କ୍ୱାରେଣ୍ଟିନରେ ଥିବାବେଳେ ୩୬୫୮ ଲୋକାଲ କଣ୍ଟାକ୍ସ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗର ସୂଚନା ଦେଇଛି ।

ଗତକାଲି ୧୧, ୦୯୫ ଜଣ ରୋଗୀ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇଲେ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା  ୭,୮୨,୧୩୧ ଛୁଇଁଛି। ୬୯୨୦୨୭ ଜଣ କରୋନାରୁ ସୁସ୍ଥ ହୋଇଥିବାବେଳେ ଦେଶରେ ଆକ୍ଟିଭ କେସ ଅଛି ୮୭,୨୨୦ ।

ସଂକ୍ରମିତଙ୍କ ସଂଖ୍ୟା ଦୃଷ୍ଟିରୁ ଦେଖିଲେ, ଆଜି ବି ଖୋର୍ଦ୍ଧା ତାଲିକାର ଉପରେ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ  ଜିଲ୍ଲାରୁ ୧୧୦୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଅନୁଗୁଳରୁ ୪୬୮, ବାଲେଶ୍ୱରରୁ ୨୪୦, ବରଗଡରୁ ୧୮୯, ଭଦ୍ରକରୁ ୧୪୭, ବଲାଙ୍ଗିରରୁ ୧୧୬, ବୌଦ୍ଧରୁ ୧୬୬, କଟକରୁ ୭୬୬, ଦେବଗଡରୁ ୮୧, ଢେଙ୍କାନାଳରୁ ୪୫୧, ଗଜପତିରୁ ୮୦, ଗଞ୍ଜାମରୁ ୬୫, ଜଗତସିଂହପୁରରୁ ୨୬୯, ଯାଜପୁରୁରୁ ୫୧୪, ଝାରସୁଗୁଡାରୁ ୫୩, କଳାହାଣ୍ଡିରୁ ୧୯୦, କନ୍ଧମାଳରୁ ୯୫, କେନ୍ଦ୍ରାପଡାରୁ ୨୧୦, କେନ୍ଦୁଝରରୁ ୧୮୬ ଏକ କୋରାପୁଟରୁ ୧୭୮ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି।

ମାଲକାନଗିରିରୁ ୧୨୮, ମୟୂରଭଞ୍ଜରୁ ୪୮୫, ନବରଙ୍ଗପୁରରୁ ୨୦୦, ନୟାଗଡରୁ ୨୨୩, ନୂଆପଡାରୁ ୩୪, ପୁରୀରୁ ୪୭୫, ରାୟଗଡାରୁ ୨୯୨, ସମ୍ବଲପୁରରୁ ୧୯୧, ସୋନପୁରରୁ ୧୪୩, ସୁନ୍ଦରଗଡରୁ ୪୭୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଷ୍ଟେଟ ପୁଲ୍‌ରୁ ଚିହ୍ନଟ ହୋଇଛନ୍ତି ୧୮୫।

ସୂଚନାଥାଉ କି, ମେ’ ୩୧ ତାରିଖ  ୮,୭୩୫ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ମେ’  ୩୦ ତାରିଖ  ୮,୩୧୩  ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିଲା। ମେ’ ୨୯ରେ ୯,୫୪୧, ମେ’ ୨୮ରେ ୭,୧୮୮ , ମେ’ ୨୭ରେ, ୭,୨୧୬, ମେ’ ୨୬ରେ ୬, ୭୩୬ ଏବଂ  ମେ’ ୨୫ରେ ୧୧, ୬୨୩ କରୋନା ରୋଗୀ ଚିହ୍ନଟ ହୋଇଥିଲେ।

ସେହିପରି ଆଜି ସର୍ବାଧିକ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଆଜି ରାଜ୍ୟରୁ ୪୦ ଜଣ କରୋନା ରୋଗୀ ଆଖି ବୁଜିଛନ୍ତି।

Other Stories