• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

ଭୁବନେଶ୍ୱର: ଗତକାଲି ତୁଳନାରେ ଆଜି ପୁଣି ବଢିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତକାଲି ରାଜ୍ୟରେ ୫୮୯୬ ରୋଗୀ ଚିହ୍ନଟ ହୋଇଥିବାବେଳେ ଆଜି ଚିହ୍ନଟ ହୋଇଛନ୍ତି ୬୦୧୯ କରୋନା ରୋଗୀ। ଏମାନଙ୍କ ମଧ୍ୟରୁ ୩୩୯୭ କ୍ୱାରେଣ୍ଟିନରେ ଥିବାବେଳେ ଲୋକାଲ କଣ୍ଟାକ୍ଟ ଅଛି ୨୬୨୨ । ଏ ନେଇ ସୂଚନା ଦେଇଛନ୍ତି ସୂଚନା ଓ ଲୋକ ସମ୍ପର୍କ ବିଭାଗ।

ତାଲିକାର ଉପରେ ଆଜି ରହିଛି ଖୋର୍ଦ୍ଧା ଜିଲ୍ଲା। ଏହି ଜିଲ୍ଲାରୁ ୭୯୬ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳରୁ ୩୩୫, ବାଲେଶ୍ୱରରୁ ୨୮୬, ବରଗଡ଼ରୁ ୧୨୨, ଭଦ୍ରକରୁ ୨୬୨, ବଲାଙ୍ଗିରରୁ ୬୬, ବୌଦ୍ଧରୁ ୭୯, କଟକ ୫୩୧, ଦେବଗଡ଼ରୁ ୨୪, ଢେଙ୍କାନାଳରୁ ୨୯୧, ଗଜପତିରୁ ୩୪, ଗଂଜାମରୁ ୭୩, ଜଗତସିଂହପୁରରୁ ୧୯୬, ଯାଜପୁରରୁ ୪୦୬, ଝାରସୁଗୁଡ଼ାରୁ ୪୧ ଓ କଳାହାଣ୍ଡିରୁ ୭୦ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି।

ସେହିପରି କନ୍ଧମାଳରୁ ୭୬, କେନ୍ଦ୍ରାପଡାରୁ ୨୧୮, କେନ୍ଦୁଝରରୁ ୧୨୦, କୋରାପୁଟରୁ ୧୪୨, ମାଲକାନଗିରିରୁ ୮୫ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ମୟୂରଭଞ୍ଜରୁ ୩୩୩, ନବରଙ୍ଗପୁରରୁ ୧୫୧, ନୟାଗଡରୁ ୧୯୧, ନୂଆପଡାରୁ ୨୩, ପୁରୀରୁ ୩୨୪, ରାୟଗଡାରୁ ୧୦୮, ସମ୍ବଲପୁରରୁ ୧୩୧, ସୋନପୁରରୁ ୬୫, ସୁନ୍ଦରଗଡରୁ ୨୮୩ ଏବଂ ଷ୍ଟେଟ ପୁଲ୍‌ରୁ ୧୫୭ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଗତକାଲି ୮୮୩୬ ଜଣ କରୋନା ମୁକ୍ତ ହୋଇ ଫେରିଛନ୍ତି।

ଆଜିର ସଂଖ୍ୟାକୁ ମିଶାଇଲେ ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ୮,୩୧,୧୨୯ ଛୁଇଁଛି। ସେହିପରି ୭,୫୬,୬୪୧ ଜଣ କରୋନା ମୁକ୍ତ ହୋଇଥିବାବେଳେ ବର୍ତ୍ତମାନ ରାଜ୍ୟରେ ଆକ୍ଟିଭ କେସ ଅଛି ୭୧,୩୧୨।

ସୂଚନାଥାଉ କି, ରାଜ୍ୟରେ କରୋନାର ଦ୍ୱିତୀୟ ଲହର ପ୍ରଭାବ ସାମାନ୍ୟ କମିଥିଲେ ହେଁ ବିପଦ ଯାଇନି। ଗତକାଲି ତୁଳନାରେ ଆଜି ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଏଥିପାଇଁ ସରକାର ଟିକାକରଣ ଉପରେ ଗୁରୁତ୍ୱ ଦେଉଛନ୍ତି।

୧୮ରୁ ୪୪ ବର୍ଷ ଏବଂ ୪୫ ବର୍ଷରୁ ଅଧିକ ସମସ୍ତଙ୍କୁ ମିଶାଇ ରାଜ୍ୟରେ ପ୍ରାୟ ୩ କୋଟି ୯ ଲକ୍ଷ ଲୋକଙ୍କୁ ଟିକା ଦିଆଯିବାକୁ ଲକ୍ଷ୍ୟ ରଖାଯାଇଛି। ଗତକାଲି ସୁଦ୍ଧା ଓଡ଼ିଶାରେ ସମୁଦାୟ ୮୩ ଲକ୍ଷ ୬୨ ହଜାର ଡୋଜ୍ ଟିକା ଦିଆଯାଇଛି। ତେବେ ଆଗକୁ ସବୁଠାରୁ ବଡ଼ ଚ୍ୟାଲେଞ୍ଜ୍ ହେବ କେତେ ଟିକା କେନ୍ଦ୍ରରୁ ଆସିବ ଓ ଏହାର କିଭଳି ସୁବିତରଣ କରାଯିବ।

ଡିଏମ୍ଇଟି ଡାକ୍ତର ସିବିକେ ମହାନ୍ତି କହିଛନ୍ତି, ଟିକା ନେବା ଦ୍ୱାରା କରୋନା ରୋଗର ସିଭିୟରିଟି କମିବ। ପୂର୍ବରୁ ମଧ୍ୟ ଦିଲ୍ଲୀ ଏମ୍ସ ପକ୍ଷରୁ ପ୍ରକାଶିତ ରିପୋର୍ଟରେ କୁହାଯାଇଥିଲା, କୋଭିଡ୍ ଟିକାର ଦୁଇଟି ଡୋଜ୍ ନେଇ ପରବର୍ତ୍ତୀ ସମୟରେ କରୋନାରେ ସଂକ୍ରମିତ ହୋଇଥିବା କୌଣସି ରୋଗୀଙ୍କର ମୃତ୍ୟୁ ହୋଇନାହିଁ।

 

 

Corona-updates-odisha-9th-june-2021
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories