୨୪ ଘଣ୍ଟାରେ ଚିହ୍ନଟ ହେଲେ ୩୭୨ କରୋନା ଆକ୍ରାନ୍ତ, ଅନୁଗୋଳ ଆଗରେ

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୩୭୨ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ ୨୧୪ ଜଣ କ୍ୱାରେଣ୍ଟିନ ସେଣ୍ଟରରୁ ହୋଇଥିବାବେଳେ ୧୫୮ ଲୋକାଲ କେସ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ କୁହାଯାଇଛି।

ଆଜି ରାଜ୍ୟରେ ସର୍ବାଧିକ କରୋନା ଆକ୍ରାନ୍ତ ଅନୁଗୁଳ ଜିଲ୍ଲାରେ ଚିହ୍ନଟ ହୋଇଛନ୍ତି। ଏଠାରୁ ସର୍ବାଧିକ ୫୦ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏହା ପଛରେ ଅଛି ସୁନ୍ଦରଗଡ। ଏଠାରୁ ୪୭ ରୋଗୀ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୩୮, କଟକରୁ ୨୬ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି।

ଏହାକୁ ମିଶାଇ ରାଜ୍ୟରେ  କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨୬୨୩୩ ରୋଗୀ ଚିହ୍ନଟ ହୋଇଥିବା ବେଳେ ସୁସ୍ଥ ହୋଇଛନ୍ତି ୩୨୧୩୦୯। ବର୍ତ୍ତମାନ ଆକ୍ଟିଭ କେସ ଅଛି ୩୦୩୫ ।

 

You might also like