• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

ଭୁବନେଶ୍ୱର:ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୭୩୦ କରୋନା ରୋଗୀ। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନ ସେଣ୍ଟରରୁ ୪୧୯ ଥିବାବେଳେ ଲୋକାଲ କେସ ୩୧୧ ରହିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ କୁହାଯାଇଛି। ସେହିପରି ୨୪ ଘଣ୍ଟା ମଧ୍ୟରେ ୧୬ ଜଣ କରୋନା ରୋଗୀ ଆଖି ବୁଜିଛନ୍ତି।

ଆଜି ମୟୂରଭଞ୍ଜରୁ ସର୍ବାଧିକ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ମୟୂରଭଞ୍ଜରୁ ୬୮  କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ତା ପଛକୁ ରହିଛି ଖୋର୍ଦ୍ଧା। ଏଠାରୁ ଚିହ୍ନଟ ହୋଇଛନ୍ତ ୬୫ କରୋନା ରୋଗୀ। ସେହିପରି ସୁନ୍ଦରଗଠଡରୁ ୫୭ ଓ ବାଲେଶ୍ୱରରେ ୬୨ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଅନ୍ୟ ଜିଲ୍ଲା ମାନଙ୍କରେ ଚିହ୍ନଟ ରୋଗୀ ସଂଖ୍ୟା ୫୦ ତଳେ ରହିଛି।

ଏହାକୁ ମିଶାଇ ରାଜ୍ୟରେ ପଜିଟିଭ ସଂଖ୍ୟା ୩,୧୬,୦୦୧ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ଆକ୍ଟିଭ କେସ ରହିଛି ୬,୮୮୭ ଓ ୩,୦୭,୩୭୪ ଜଣ ସୁସ୍ଥ ହୋଇ ଘରକୁ ଫେରିଲେଣି।

ସେହିପରି  ଆଜି ୧୬ ଜଣ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୬୮୭ ଛୁଇଁଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ବିଭାଗ ପକ୍ଷରୁ କୁହାଯାଇଛି।

ଆଜି ସୁନ୍ଦରଗଡରୁ ସର୍ବାଧିକ ୪ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି। ଏହା ପଛରେ ରହିଛି ପୁରୀ। ପୁରୀରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହିତ ଅନଗୁଳ, ବରଗଡ, ଭଦ୍ରକ, ଭୁବନେଶ୍ୱର, କଟକ, ଢେଙ୍କାନାଳ, ଗଞ୍ଜାମ, ଯାଜପୁର, ଖୋର୍ଦ୍ଧାରୁ ଜଣେ ଲେଖାଏ ରୋଗୀଙ୍କର ମୃତ୍ୟୁ ଘଟିଛି।

Corona-updates-odisha-today-25th-nov
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories