ଆସନ୍ତାକାଲି ବସିବ ବିଧାନସଭା, ସାନିଟାଇଜ୍ ହେଲା ଲୋକସେବା ଭବନ

ଭୁବନେଶ୍ୱର: ଆସନ୍ତାକାଲି ବିଧାନସଭା ବଜେଟ୍ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଲୋକସେବା ଭବନର ସମ୍ମିଳନୀ କକ୍ଷରେ ବସିବ। ଏହି  ଅଧିବେଶନ ବ୍ୟୟମଂଜୁରୀ ବିଲ୍ ପାରିତ ପାଇଁ ବିଧାନସଭା ଅଧିବେଶନ ବସିବ।

ଏନେଇ ଆଜି ଏହି ସମ୍ମିଳନୀ କକ୍ଷକୁ ସାନିଟାଇଜ୍ କରାଯାଇଛି। ବିଏମସିର ସ୍ୱାସ୍ଥ୍ୟ ବିଭାଗର ଟିମ୍ ଏବଂ ଅଗ୍ନିଶମ ସେବା ସଂସ୍ଥା ଏହାକୁ ବିଶୋଧନ କରିଛନ୍ତି।

ବିଧାନସଭାର ଜଣେ କର୍ମଚାରୀ ତୃତୀୟ କରୋନା ପଜିଟିଭଙ୍କ ସଂସ୍ପର୍ଶରେ ଆସିଥିବାରୁ ବିଧାନସଭା ବଦଳରେ ଏବେ ଲୋକସେବା ଭବନର କନଭେନସନ୍ ସେଣ୍ଟରରେ ଅଧିବେଶନ ପାଇଁ ନିଷ୍ପତ୍ତି ନିଆଯାଇଛି।

କନଭେନସନ ହଲ୍‌ରେ ୨ ମିଟର ଅନ୍ତରରେ ବିଧାୟକ ବସିବେ। ରାସ୍ତାରେ କୌଣସି ବିଧାୟକଙ୍କୁ ନ ଅଟକାଇବାକୁ ଜିଲ୍ଲାପାଳ, ଏସ୍ପିଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

You might also like