କରୋନା ଅପ୍‌ଡେଟ୍: ୨୪ ଘଣ୍ଟାରେ ଦେଶରେ ୩୩୪ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ହୁ ହୁ ହୋଇ ବଢ଼ି ଚାଲିଛି କରୋନା। ୨୪ ଘଣ୍ଟାରେ ଦେଶରେ ୩୩୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ ହଜାର ୮୮୧ ଆକ୍ରାନ୍ତ ହୋଇଛନ୍ତି। ମୃତ୍ୟୁ ସଂଖ୍ୟା ୧୨ ହଜାର ୨୩୭ରେ ପହଞ୍ଚିଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୬୭ ହଜାର ହେଲାଣି।

୧ ଲକ୍ଷ ୯୪ ହଜାର ୩୨୪ ଜଣ ସୁସ୍ଥ ହୋଇଥିବା ବେଳେ ଆକ୍ଟିଭ କେସ୍ ୧ ଲକ୍ଷ ୬୦ ହଜାର ୩୩୮ ରହିଛି।  କେବଳ ମହାରାଷ୍ଟ୍ରରେ ମୃତ୍ୟୁ ସଂଖ୍ୟା ୫ ହଜାର ୬୫୧ ହୋଇଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୧୬ ହଜାର ୭୫୨ ହେଲାଣି।

ଦିଲ୍ଲୀରେ ମୃତ୍ୟୁ ସଂଖ୍ୟା ୧୯୦୪, ଗୁଜରାଟରେ  ୧୫୬୦, ତାମିଲନାଡୁରେ ୫୭୬, ପଶ୍ଚିମବଙ୍ଗରେ ୫୦୬, ମଧ୍ୟପ୍ରଦେଶରେ ୪୮୨, ଉତ୍ତରପ୍ରଦେଶରେ ୪୩୫ ଜଣଙ୍କ ମୃତ୍ୟୁ ହୋଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆହୁରି ପଢ଼ନ୍ତୁ

ଆଉ ୧୩୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ଏଥର ଏହି ଜିଲ୍ଲାରେ ସର୍ବାଧିକ

Puri Rath Yatra 2020: ଗଜପତି ମହାରାଜାଙ୍କ ଚିଠି ପରେ କାହିଁକି ମୁହଁ ଖୋଲୁ ନାହାନ୍ତି ମୁଖ୍ୟମନ୍ତ୍ରୀ ?

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପୁଲିସ୍ ବାବୁ

Puri Rath Yatra 2020:ଶ୍ରୀମନ୍ଦିର ଭିତରେ କେମିତି ହେବ ବିଧିରକ୍ଷା; ସନ୍ଧ୍ୟାରେ ନିଷ୍ପତ୍ତି

ଏଜି ପକ୍ଷ ରଖିଲେ ମୁଖା ଖୋଲିଯିବ ସେଥିପାଇଁ ହରିଶ୍ ସାଲ୍‌ଭେଙ୍କୁ ନିୟୋଜିତ କରାଯାଇଥିଲା କି ?

‘ଭାଙ୍ଗିଗଲା ୫୦୦ ବର୍ଷର ପରମ୍ପରା’

ଆଜି ୯୭ କରୋନା ଆକ୍ରାନ୍ତ ସୁସ୍ଥ

ରଥଯାତ୍ରା ବନ୍ଦ ନେଇ କ’ଣ କହିଲେ ଗଜପତି ମହାରାଜା ?

‘ମୁହଁ ନ ଖୋଲି ରଥଯାତ୍ରା ବନ୍ଦ କଲେ, ଜଗନ୍ନାଥ ସବୁ ଦେଖୁଛନ୍ତି’

ସୁପ୍ରିମକୋର୍ଟରେ ଝୁଲୁଛି ରଥଯାତ୍ରା ଭାଗ୍ୟ: ଆସନ୍ତାକାଲି ଶୁଣାଣି

ସହିଦ ଦୁଇ ଓଡ଼ିଆଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ଅନୁକମ୍ପାରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ବୋହୂକୁ ଗୁଳି କରି ଜଙ୍ଗଲ ଆଡ଼େ ଯାଇଛି ଶ୍ୱଶୁର

You might also like