ରାଜ୍ୟରେ ପୁଣି ବଢ଼ିଲା କରୋନା: ଆକ୍ରାନ୍ତଙ୍କ ସଂଖ୍ୟା ୧୦୩  

ଭୁବନେଶ୍ୱର: ରାଜ୍ୟରେ ପୁଣି ବଢ଼ିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଆଜି ସକାଳେ ଆଉ ୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାରକଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି। ଏହି ୩ ଆକ୍ରାନ୍ତ ହେଲେ ସୁନ୍ଦରଗଡ଼ ଜିଲ୍ଲାର। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩ରେ ପହଞ୍ଚିଛିଥିବା ବେଳେ ଜିଲ୍ଲାରେ ମୋଟ ଆକ୍ରାନ୍ତ ମଧ୍ୟ ୩।

୩ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ମହିଳା ଥିବାବେଳେ ୨ ଜଣ ପୁରୁଷ ଅଛନ୍ତି। ସମସ୍ତେ ରାଉରକେଲାର ବୋଲି ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ମଧ୍ୟରେ ଜଣେ ୨୩ ବର୍ଷୀୟ ଯୁବକ, ଜଣେ ୬୦ ବର୍ଷର ପୁରୁଷ ଓ ୫୭ ବର୍ଷୀୟା ମହିଳା ଅଛନ୍ତି।

ତେବେ ଗତକାଲି ରାତିରେ ଯାଜପୁର ଜିଲ୍ଲାର ୬ ଜଣ କରୋନା ରୋଗୀ ଚିହ୍ନଟ ହୋଇଥିଲେ। ଏମାନନେ ସମସ୍ତଙ୍କର ପଶ୍ଚିମବଙ୍ଗ ଲିଙ୍କ୍‌ ରହିଥିଲା। ତେବେ ରାଜ୍ୟରେ ଦ୍ୱିତୀୟ ସର୍ବାଧିକ ଭାବେ କରୋନା ଜିଲ୍ଲା ଯାଜପୁରରେ ହିଁ ବାହାରିଛି।

ସେହିପରି ଗତକାଲି ସୁନ୍ଦରଗଡ଼ ଜିଲ୍ଲାର ଜଣେ ଆକ୍ରାନ୍ତ ସୁସ୍ଥ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଥିଲା। ଫଳରେ ଜିଲ୍ଲାର ସମସ୍ତ କରୋନା ଆକ୍ରାନ୍ତ ସୁସ୍ଥ ହୋଇସାରିଥିବା ବେଳେ ଆଜି ପୁଣି ଜଣେ କରୋନା ଚିହ୍ନଟ ହୋଇଛନ୍ତି।

ଜିଲ୍ଲାରେ ମୋଟ ୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ପୂର୍ବରୁ ୨ ଜଣ ଓ ଗତକାଲି ଜଣେ ସୁସ୍ଥ ହୋଇଥିଲେ। ଏଥିସହ ରାଜ୍ୟର ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩୪ରେ ପହଞ୍ଚିଛି।

 

ଆହୁରି ପଢ଼ନ୍ତୁ

ପୋଲିସ ପଞ୍ଝାରେ କଫ୍ ସିରପ୍ ମାଫିଆ ଜଗା, ୧୮ ଶହ ବୋତଲ ଜବତ

କୋରାପୁଟରୁ କଟକ: ପୂରଣ ହେଲା ଆଦିବାସୀ ଝିଅର ସଙ୍ଗୀତ ସ୍ଵପ୍ନ

ଦିନକରେ ସୁସ୍ଥ ହେଲେ ୪୦୧୮ କରୋନା ଆକ୍ରାନ୍ତ

Bhubaneswar Corona News: ଭୁବନେଶ୍ୱରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୧୮ ଲୋକାଲ କେସ୍

ଶ୍ରୀକୃଷ୍ଣଙ୍କ ପ୍ରେମରେ ବାୟା ଋଷିଆନ୍ ଦମ୍ପତି

‘ବିଜେଡିର ବିରୋଧ ପଛରେ ସିବିଆଇ ରେଡ୍’

ବୋହୂର ପିଲାପିଲି ନହେବାରୁ ଶ୍ୱଶୁର ଭିଆଇଲା ଏଭଳି କାଣ୍ଡ

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

You might also like