ଦମ୍ପତିଙ୍କ ଉପରେ ଚଢ଼ିଗଲା ଟ୍ରକ୍

ରାଇରଙ୍ଗପୁର: ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଦମ୍ପତିଙ୍କ ଉପରେ ଚଢ଼ିଗଲା ଟ୍ରକ୍। ଘଟଣାସ୍ଥଳରେ ଚାଲିଗଲା ଉଭୟଙ୍କ ଜୀବନ। ଅନ୍ୟ ଜଣେ ଗୁରୁତରଙ୍କୁ ମେଡିକାଲ ସ୍ଥାନାନ୍ତର କରାଯାଇଛି। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୁରଭଞ୍ଜ ଜିଲ୍ଲା ବିଶୋଇ ଥାନା ଅଧିନ ବିଶୋଇ ଛକ ନିକଟରେ।

ଘଟଣାଟି ଥିଲା ଏମିତି:-

ବିଶୋଇ ଥାନା ଅସନସିତୋଡ଼ ଗାଁର ଦମ୍ପତି ଏକ ବାଇକ୍‌ରେ ଘରକୁ ଫେରୁଥିଲେ। ଫେରିବା ବାଟରେ ରାସ୍ତା କଡ଼ରେ ବାଇକ୍ ରଖି ଅନ୍ୟ ଜଣେ ମହିଳାଙ୍କ ସହ କଥାବାର୍ତ୍ତା ହେଉଥିଲେ।

ସେହି ସମୟରେ ଦ୍ରୁତ ଗତିରେ ଆସୁଥିବା ଗ୍ୟାସ୍ ଟାଙ୍କି ବୋଝେଇ ଟ୍ରକ୍ ଭାରସାମ୍ୟ ହରାଇ ସେମାନଙ୍କ ଉପରେ ମାଡ଼ିଯାଇଥିଲା। ଘଟଣାସ୍ଥଳରେ ଅଙ୍ଗନୱାଡି କର୍ମୀ ସାବିତ୍ରୀ ମୁଣ୍ଡାଙ୍କ ମୃତ୍ୟୁ ହୋଇଥିଲା।

ତାଙ୍କ ସ୍ୱାମୀଙ୍କୁ ଗୁରୁତର ଅବସ୍ଥାରେ ରାଇରଙ୍ଗପୁର ମେଡିକାଲ ନିଆଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା।

ଅନ୍ୟ ଜଣେ ଅଙ୍ଗନୱାଡି କର୍ମୀ ନିରୁପମା ହେମ୍ବ୍ରମଙ୍କୁ ଗୁରୁତର ଅବସ୍ଥାରେ ରାଇରଙ୍ଗପୁର ମେଡିକାଲରେ ଚିକିତ୍ସିତ ହେଉଥିବା ଜଣାପଡ଼ିଛି। ବିଶୋଇ ପୋଲିସ୍ ଦୁର୍ଘଟଣାଗ୍ରସ୍ତ ଗାଡିକୁ ଜବତ କରି ଅଧିକ ତଦନ୍ତ ଚଲାଇଥିବା ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ

ଉପନିର୍ବାଚନ ପାଇଁ ୩ରେ ଛୁଟି ଘୋଷଣା

ରାଜ୍ୟରେ ମନ୍ଦିର ଖୋଲାଯିବା ଦରକାର: ଧର୍ମେନ୍ଦ୍ର

୨ଟି ଥାଳି ଫ୍ରି ଆଶାରେ ଅନ୍‌ଲାଇନ୍ ଅର୍ଡର କରୁଥିବା ବ୍ୟକ୍ତିଙ୍କ ଅବସ୍ଥା କଣ ହେଲା ଜାଣନ୍ତୁ

ସୁସ୍ଥ ହୋଇଥିବା ଲୋକଙ୍କୁ ବି ପୁଣି ଥରେ କରୋନା ହେବ କି ନାହିଁ ? ଓଡ଼ିଶାରେ ମିଳିଲା ପ୍ରମାଣ

ଟ୍ରକ୍ ଧକ୍କାରେ ଚାଲିଗଲା ଅଜା-ନାତିର ଜୀବନ

ହବିଷ୍ୟାଳୀଙ୍କ ପାଇଁ ମିଳିବ ମହାପ୍ରସାଦ

ଭୁବନେଶ୍ୱରରେ ଅଧା ଲୋକଙ୍କୁ ଛୁଇଁଗଲାଣି କରୋନା

ନିର୍ବାଚନ ପୂର୍ବରୁ ୧୫୦୦ ଅପରାଧୀ ଚିହ୍ନଟ, ୭୫ ୱାରେଣ୍ଟିଙ୍କୁ ଜେଲ୍

ଫେସବୁକ୍‌ରେ ପ୍ରେମ ନିବେଦନ କରି ଯୁବତୀଙ୍କୁ ଦେଖା କରିବାକୁ ଯାଇଥିଲେ, ତା’ ପରେ…

ଘର ତିଆରି ପାଇଁ ୧୫ ହଜାର ଟଙ୍କାରେ ବିକିଥିଲେ ଶିଶୁ କନ୍ୟା 

‘ଓଡ଼ିଶାରେ କରୋନା ରି-ଇନ୍‌ଫେକ୍‌ସନ୍ ହେଉଛି ’

ବ୍ରହ୍ମପୁରରୁ ଦୁବାଇକୁ ଲମ୍ବିଛି IPL ବେଟିଂ, ଜବତ ହେଲା ଲକ୍ଷାଧିକ ଟଙ୍କା

You might also like