୧୦ ହଜାର ଟପିଲା ଆରୋଗ୍ୟ ସଂଖ୍ୟା; ଆଜି ରେକର୍ଡ ସଂଖ୍ୟକ ସୁସ୍ଥ ହେଲେ

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୬୧୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେଥିମଧ୍ୟରୁ ଗଂଜାମ ଜିଲ୍ଲାରୁ ସର୍ବାଧିକ ୨୭୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସୁସ୍ଥ ହୋଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼ ୮୪, କେନ୍ଦୁଝର ୪୮, ଗଜପତି ୩୫, ବାଲେଶ୍ୱରରୁ ୩୧ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ୨୮, ନୟାଗଡ଼ ୨୫, ଯାଜପୁର ୨୦, ମୟୂରଭଂଜରୁ ୧୫, କଟକ, କୋରାପୁଟ ଓ ଜଗତସିଂହପୁରରୁ ୧୦ ଲେଖାଏଁ ସୁସ୍ଥ ହୋଇଥିବା ନେଇ ସ୍ୱାସ୍ଥ୍ୟ ବିଭାଗର ଟ୍ୱିଟ୍ କରି ସୂଚନା ଦେଇଛି।

ସେହିପରି ବରଗଡ଼ ଓ ପୁରୀରୁ ୬ ଲେଖାଏଁ, ରାୟଗଡ଼ା ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ, କେନ୍ଦ୍ରାପଡ଼ା ୩, କଳାହାଣ୍ଡି ଓ କନ୍ଧମାଳରୁ ୨ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ବଲାଙ୍ଗିରରୁ ୫ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଆଜିର ସୁସ୍ଥ ସଂଖ୍ୟା ମିଶାଇରେ ରାଜ୍ୟରେ କରୋନା ଆରୋଗ୍ୟଙ୍କ ସଂଖ୍ୟା ୧୦ ହଜାର ଟପିଛି। ଆଜି ସୁଦ୍ଧା ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୧୦୪୭୬ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଅନ୍ୟୟପଟେ ଆଜି ଓଡ଼ିଶାରେ ୬୧୮ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୨୨ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଥିବା ବେଳେ ଗଞ୍ଜାମରେ ଆକ୍ରାନ୍ତଙ୍କ ଚିହ୍ନଟ ସଂଖ୍ୟା ସର୍ବାଧିକ ରହିଛି। ଏଠାରେ ୨୮୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଭୁବନେଶ୍ୱର ୯୦କଟକରୁ ୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆହୁରି ପଢ଼ନ୍ତୁ

ଅଧ୍ୟାପକ ସ୍ୱାମୀଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଲେ ମହିଳା IIC

ମହଙ୍ଗା ପଡ଼ିଲା କ୍ଷମତାର ଅପବ୍ୟବହାର: ଆଦିବାସୀଙ୍କ ଘର ଭାଙ୍ଗିଥିବା ମହିଳା ସରପଞ୍ଚ ନିଲମ୍ବିତ

ହୋଟେଲରେ ଚାଲିଥିଲା ସେକ୍ସ ରାକେଟ୍, ୨ ମହିଳାଙ୍କ ସମେତ ଗ୍ରାହକ ଓ ହୋଟେଲ ମ୍ୟାନେଜର ଅଟକ

ସୁପ୍ରିମକୋର୍ଟ ଗଲେ ବର୍ଷା

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ୨୪ ଘଣ୍ଟାରେ ୪,୨୦୯ ପଜିଟିଭ୍‌ ଚିହ୍ନଟ

ଏକାଧିକ ଦୋକାନ ଉପରକୁ ଚଢ଼ି ଓଲଟି ପଡ଼ିଲା ଟ୍ରକ୍‌

ଶୁଦ୍ଧିକ୍ରିୟାରେ ଯୋଗ ଦେଇ ଘରକୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା

ଭୁବନେଶ୍ୱରରେ ୪୧ ଦୋକାନ ସିଲ୍‌, ୨୮୩୩ ଜଣଙ୍କୁ ଫାଇନ୍‌; କଟକରେ ବି ଆକ୍ସନ ମୋଡ୍‌ରେ ପୋଲିସ୍

ନା ଥିଲା ମାସ୍କ ନା ଥିଲା ସାମାଜିକ ଦୂରତା: କରୋନା କଟକଣାକୁ ଫୁ’ କରି ଧୁମ୍‌ଧାମ୍‌ରେ ଚାଲିଥିଲା ବିଶ୍ୱକର୍ମା ଭସାଣ

SCB କୋଭିଡ୍‌ ୱାର୍ଡରେ‌ ଅବ୍ୟବସ୍ଥା ଘଟଣାର ତଦନ୍ତ କରିବ ୩ ଜଣିଆ କମିଟି

ତାଗିଦ ନାଁରେ ବ୍ୟବସାୟ ଉପରେ ଛାଟ !

You might also like