ରାଜ୍ୟରେ ୨୪ ଘଣ୍ଟାରେ ୬୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି

ସ୍ଥିର ରହୁଛି ସଂକ୍ରମଣ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୬୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୩୯ ଜଣ ସଂଗରୋଧ କେନ୍ଦ୍ର ଅର୍ଥାତ୍‌ କ୍ୱାରେଣ୍ଟାଇନ୍‌ ସେଂଟରରୁ ଚିହ୍ନଟ ହୋଇଥିବା ବେଳେ ୨୭ ଜଣ ସ୍ଥାନୀୟ ସଂକ୍ରମିତ ବା ଲୋକାଲ କେସ୍‌ ବୋଲି ଜଣାଯାଇଛି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ରାଜ୍ୟର ୧୩ ଟି ଜିଲ୍ଲାରୁ ଚିହ୍ନଟ ହୋଇଥିବା ବେଳେ ୧୭ଟି ଜିଲ୍ଲାରୁ କୌଣସି ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି।

ତେବେ ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୨୫୮ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୫ ହଜାର ୬୬୦ ଜଣ ଓ ଏବେ ବି ରାଜ୍ୟରେ ଆକ୍ଟିଭ  କେସର ସଂଖ୍ୟା ୬୨୭ ରହିଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍‌ କରି ସୂଚନା ଦିଆଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧୦ ଜଣ, କଟକରୁ ୫ ଜଣ, ଗଞ୍ଜାମରୁ ୨ ଜଣ, ଯାଜପୁରରୁ ୬ ଜଣ, ଝାରସୁଗୁଡ଼ାରୁ ୪ ଜଣ, ଖୋର୍ଦ୍ଧାରୁ ୯ ଜଣ, ମୟୂରଭଞ୍ଜରୁ ୮ ଜଣ, ନୟାଗଡ଼ରୁ ଜଣେ, ନୂଆପଡ଼ାରୁ ଜଣେ, ସମ୍ବଲପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୭ ଜଣ ଓ ଷ୍ଟେଟ୍‌ପୁଲ୍‌ରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ତେବେ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ସ୍ଥିର ରହୁଥିବା ବେଳେ ଅନ୍ୟ ରାଜ୍ୟରେ କିନ୍ତୁ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ତେଣୁ ସଂକ୍ରମିତଙ୍କ ଉପରେ ନଜର ରଖିଛନ୍ତି ରାଜ୍ୟ ସରକାର। ଏହାସହ ୨୪ ଘଂଟାରେ ରାଜ୍ୟରେ କରୋନାରେ କେହି ପ୍ରାଣ ହରାଇନଥିବା ମଧ୍ୟ ସୂଚନା ମିଳିଛି। ଗତକାଲି କରୋନାକୁ ନେଇ ମଧ୍ୟ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ସମ୍ବୋଧନ କରିଥିଲେ।

 

You might also like