ସ୍ଥିର ରହୁଛି କି ଆକ୍ରାନ୍ତଙ୍କ ସଂଖ୍ୟା? ଜାଣନ୍ତୁ ୨୪ ଘଣ୍ଟାରେ କେତେ ସଂକ୍ରମିତ ହେଲେ ଚିହ୍ନଟ?

୨୪ ଘଣ୍ଟାରେ କେତେ ଆକ୍ରାନ୍ତ ଚିହ୍ନଟ?

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ୬୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍‌ ସେଂଟରରୁ ୩୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୮ ଜଣ ସ୍ଥାନୀୟ ଅଂଚଳ ଅର୍ଥାତ୍‌ ଲୋକାଲ କେସ୍‌ ବୋଲି ଜଣାଯାଇଛି। ଏନେଇ ଟ୍ୱିଟ୍‌ କରି ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ। ଚିହ୍ନଟ ହୋଇଥିବା ସମସ୍ତ ଆକ୍ରାନ୍ତ ୧୩ ଜିଲ୍ଲାରୁ ଚିହ୍ନଟ ହୋଇଥିବା ବେଳେ ୧୭ ଜିଲ୍ଲାରୁ କୌଣସି ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି।

ଅନୁଗୁଳରୁ ୪, ବାଲେଶ୍ୱରରୁ ୫, ବଲାଙ୍ଗିରରୁ ୩, କଟକରୁ ୫, ଦେବଗଡ଼ରୁ ୨, ଗଞ୍ଜାମରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ  ଯାଜପୁରରୁ ୫, ଝାରସୁଗୁଡ଼ାରୁ ୪, ଖୋର୍ଧାରୁ ୫, ମୟୂରଭଞ୍ଜରୁ ୯, ନୂଆପଡ଼ାରୁ ଜଣେ, ପୁରୀରୁ ୩ ଓ ସୁନ୍ଦରଗଡରୁ ୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଭାବରେ ଷ୍ଟେଟ୍‌ ପୁଲର ସଂଖ୍ୟା ରହିଛି ୧। ଏହାସହ ରାଜ୍ୟରେ ମୋଟ୍‌ ୩୩୮୩୨୩ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସୁସ୍ଥ ହେଲେଣି ୩୩୫୭୩୦ ଜଣ। ସେହିପରି ଭାବରେ ବର୍ତ୍ତମାନ ସମୟରେ ରାଜ୍ୟରେ ଆକ୍ଟିଭ କେସର ସଂଖ୍ୟା ୬୨୨ ରହିଛି।

ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ଯେ, ରାଜ୍ୟରେ ୨୪ ଘଂଟାରେ କରୋନାରେ କେହି ମୃତାହତ ହୋଇନାହାନ୍ତି। ତେବେ ପୁଣି ଚିନ୍ତା ବଢାଇଛି କରୋନା। ଦେଶର ବିଭନ୍ନ ରାଜ୍ୟରେ କରୋନା ସଂକ୍ରମଣ ହାର କ୍ରମାଗତ ଭାବେ ବୃଦ୍ଧି ପାଉଥିବା ଲକ୍ଷ୍ୟ କରାଯାଉଛି। ବିଶେଷ କରି ମହାରାଷ୍ଟ୍ର, ପଞ୍ଜାବ, କର୍ଣ୍ଣାଟକା, ଗୁଜରାଟ ଓ ତାମିଲନାଡୁରେ ସଂକ୍ରମିତଙ୍କ ସଂଖ୍ୟା କ୍ରମାଗତ ଭାବେ ବଢ଼ୁଥିବା କେନ୍ଦ୍ର ସରକାର କହିଛନ୍ତି। ଏହା ବ୍ୟତୀତ  ଦିଲ୍ଲୀ, ଗୁଜରାଟ ଓ ହରିଆଣାର ସ୍ଥିତି ମଧ୍ୟ ଭଲ ନାହିଁ। ଏହାକୁ ଦେଖି ଓଡ଼ିଶାରେ ମଧ୍ୟ ପୁଣି କଟକଣା ଜାରି କରିଛନ୍ତି ରାଜ୍ୟ ସରକାର।

ନୂଆ ଷ୍ଟ୍ରେନ ଯୋଗୁଁ ମଣିଷଠାରେ ଭିନ୍ନ ଭିନ୍ନ ଲକ୍ଷଣ ଦେଖାଯାଉଛି । ଦେହ ହାତ ଅବଶ ଲାଗିବା, ଭୋକ ନ ହେବା, ମୁଣ୍ଡ ବିନ୍ଧା, ଦେହ ହାତ ସାମାନ୍ୟରୁ ମଧ୍ୟମ ଘୋଳାବିନ୍ଧା ହେବା, ତରଳ ଝାଡ଼ା ଦିନକୁ ୪ରୁ ୫ ଥର ହେବା, ଗଳା ଦରଜ, ନାକ ଚୁଣ୍ଟିହେବା ଭଳି ଲକ୍ଷଣ ଦେଖାଦେଉଛି । ବଡ଼ କଥା ହେଉଛି, ନୂଆ ଷ୍ଟ୍ରେନର ଭୂତାଣୁ ଅଧିକ ସଂକ୍ରାମକ ଓ ଶୁଖିଲା ବସ୍ତୁ ଉପରେ ପ୍ରାୟ ୮ ଦିନ ପର୍ଯ୍ୟନ୍ତ ସକ୍ରିୟ ରହିପାରୁଛି ।

You might also like