୨୪ ଘଣ୍ଟାରେ ୭୦୦୨ ଆକ୍ରାନ୍ତ ଚିହ୍ନଟ, ୪୨ ରୋଗୀ ମୃତ

କମୁନି ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଂଟାରେ ୭୦୦୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍‌ ସେଂଟରରୁ ୩୯୨୧ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଂଚଳରୁ ୩୦୮୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଭାବରେ ଷ୍ଟେଟ୍‌ ପୁଲର ସଂଖ୍ୟା ୨୦୭ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି। ଏହାସହ ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨,୯୯୪ରେ ପହଞ୍ଚିଛି।

ରାଜ୍ୟରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଧାରୁ ସର୍ବାଧିକ ୧୧୬୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ଅନୁଗୁଳରୁ ୩୮୮, ବାଲେଶ୍ୱରରୁ ୩୩୧, ବରଗଡ଼ରୁ ୧୧୭, ଭଦ୍ରକରୁ ୨୬୭, ବଲାଙ୍ଗୀରରୁ ୮୯୬, ବୌଦ୍ଧରୁ ୧୩୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି କଟକରୁ ୭୭୧, ଦେବଗଡ଼ରୁ ୬୪, ଢେଙ୍କାନାଳରୁ ୧୦୬, ଗଜପତିରୁ ୪୮. ଗଞ୍ଜାମରୁ ୭୪, ଜଗତସିଂହପୁରରୁ ୨୩୨, ଯାଜପୁରରୁ ୪୮୬, ଝାରସୁଗୁଡ଼ାରୁ ୯୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡିରୁ ୧୦୩, କନ୍ଧମାଳରୁ ୩, କେନ୍ଦ୍ରାପଡ଼ାରୁ ୧୮୮, କେନ୍ଦୁଝରରୁ ୧୪୮,  ଖୋର୍ଧାରୁ ୧୧୬୭, କୋରାପୁଟରୁ ୧୫୮, ମାଲଗାନଗିରିରୁ ୯୫, ମୟୂରଭଞ୍ଜରୁ ୩୭୦, ନବରଙ୍ଗପୁରରୁ ୧୯୮, ନୟାଗଡ଼ରୁ ୧୯୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଭାବରେ, ନୂଆପଡ଼ାରୁ ୨୮, ପୁରୀରୁ ୩୦୬, ରାୟଗଡ଼ାରୁ ୨୨୨, ସମ୍ବଲପୁରରୁ ୧୦୭, ସୋନପୁରରୁ ୫୯ ଓ ସୁନ୍ଦରଗଡ଼ରୁ ୨୪୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

କେବଳ ଏତିକି ନୁହେଁ New recoveries ର ସଂଖ୍ୟା 7616 ଥିବା ବେଳେ  Cumulative testedର ସଂଖ୍ୟା 12183116 ରହିଛି। ଏହାସହ ବର୍ତ୍ତମାନ ସମୟରେ ରାଜ୍ୟରେ ମୋଟ୍‌ ୮୧୩୦୯୬ ଜଣ ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ୭୩୨୦୧୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ବର୍ତ୍ତମାନ ରାଜ୍ୟରେ ଆକ୍ଟିଭ୍‌ କେସର ସଂଖ୍ୟା ୭୮୦୩୧ ରହିଛି।

ସେହିପରି ଗତକାଲି ରାଜ୍ୟରେ ଆଜି ଚିହ୍ନଟ ହୋଇଥିଲେ ୭, ୩୯୫ କରୋନା ରୋଗୀ। ଏମାନଙ୍କ ମଧ୍ୟରୁ ୪,୧୬୯ କ୍ୱାରେଣ୍ଟିନରେ ଥିବାବେଳେ ୩୨୨୬ ଲୋକାଲ କେସ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଥିଲା।  ଅନ୍ୟପକ୍ଷରେ  ରାଜ୍ୟରୁ ୨୪ ଘଣ୍ଟାରେ  ୪୦ ଜଣ କରୋନା ଆକ୍ରାନ୍ତ ଆଖି ବୁଜିଥିଲେ। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨,୯୫୨କୁ ବୃଦ୍ଧି ଗତକାଲି ବୃଦ୍ଧି ପାଇଥିଲା। ତେବେ ସଂକ୍ରମଣକୁ କମାଇବାକୁ ରାଜ୍ୟରେ ଜୁନ୍‌ ୧୭ ପର୍ଯ୍ୟନ୍ତ ଲକଡାଉନ୍‌ ଲାଗୁ କରାଯାଇଛି।

 

 

 

You might also like