• translate
Sarbeswar

ଭୁବନେଶ୍ୱର: କିଛି ଦିନର ବ୍ୟବଧାନ ପରେ ପୁଣି ଥରେ କମିଛି ରାଜ୍ୟର କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ୨୪ ଘଂଟାରେ ରାଜ୍ୟରେ ୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ସୂଚନା ମିଳିଛି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୪୧ ଜଣ କ୍ୱାରେଣ୍ଟାଇନ ସେଂଟରରୁ ଅର୍ଥାତ୍‌ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୮ ଜଣ ଆକ୍ରାନ୍ତ ଲୋକାଲ କେସ ଅର୍ଥାତ୍‌ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସମସ୍ତ ଆକ୍ରାନ୍ତ ୧୫ ଜିଲ୍ଲାରୁ ଚିହ୍ନଟ ହୋଇଥିବା ବେଳେ ୧୫ ଜିଲ୍ଲାରୁ କୌଣସି ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି।

ଅନୁଗୁଳରୁ ୫, ବାଲେଶ୍ୱରରୁ ୬, ବଲାଙ୍ଗିରରୁ ଜଣେ, କଟକରୁ ୧୧, ଦେବଗଡ଼ରୁ ୨, ଯାଜପୁରରୁ ୫, ଝାରସୁଗୁଡାରୁ ଜଣେ, କେନ୍ଦୁଝରରୁ ୩, ଖୋର୍ଧାରୁ ୫, କୋରାପୁଟରୁ ଜଣେ,  ମୟୂରଭଞ୍ଜରୁ ୮ ଜଣ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁର ଓ ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଭାବରେ ସମ୍ବଲପୁରରୁ ୪, ସୁନ୍ଦରଗଡରୁ ୧୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ଷ୍ଟେଟ୍‌ପୁଲର ସଂଖ୍ୟା ୧ ରହିଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୩୩୭୯୨୯ ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ସୁସ୍ଥ ହେଲେଣି ୩୩୫୨୫୦ ଜଣ। ସେହିପରି ବର୍ତ୍ତମାନ ସମୟରେ ରାଜ୍ୟରେ ଆକ୍ଟିଭ କେସର ସଂଖ୍ୟା ୭୦୯ ରହିଛି।

 

Other Stories