କରୋନା ଆକ୍ରାନ୍ତ ମହିଳା ଜନ୍ମ ଦେଲେ ଯମଜ ସନ୍ତାନ

ବ୍ରହ୍ମପୁର: କୋଭିଡ-୧୯ ହସ୍‌ପିଟାଲରେ ମହିଳା ଜନ୍ମଦେଲେ ଯମଜ ସନ୍ତାନ। ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ୍ କଲେଜ ହସ୍‌ପିଟାଲରେ ମହିଳାଜଣକ ଗତକାଲି ଗୋଟିଏ ପୁତ୍ର ଓ ଗୋଟିଏ କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି। ପ୍ରସବ ପରେ ମାଆ ଓ ଛୁଆ ସୁସ୍ଥ ଅଛନ୍ତି।

ଗତ ରବିବାର ସୁରତରୁ ଗୋଟିଏ ପରିବାର ଓଡ଼ିଶା ଆସିଥିଲେ। ସେମାନଙ୍କୁ ବ୍ରହ୍ମପୁରରେ ଏକ କ୍ୱାରେଣ୍ଟାଇନ୍‌ କେନ୍ଦ୍ରରେ ରଖାଯାଇଥିଲା। ସେମାନଙ୍କ ରକ୍ତ ଓ ସ୍ୱାବ୍‌ ଟେଷ୍ଟ କରାଯାଇଥିଲା। ପରୀକ୍ଷା ପରେ ସେମାନଙ୍କର ପଜିଟିଭ ରିପୋର୍ଟ ଆସିବା ପରେ  ଶିତଳାପଲ୍ଲୀ କୋଭିଡ୍‌ ହସ୍ପିଟାଲ୍‌କୁ ସ୍ଥାନାନ୍ତରିତ କରାଯାଇଥିଲା। ପରିବାରର ଜଣେ ମହିଳା ସଦସ୍ୟ ଗର୍ଭବତୀ ଥିଲେ।

ଗତକାଲି ସକାଳେ ସେ ଗର୍ଭ ଯନ୍ତ୍ରଣାରେ ଛଟପଟ ହେଉଥିବା ଦେଖି କୋଭିଡ୍‌ ହସ୍ପିଟାଲ କର୍ତ୍ତୃପକ୍ଷ ତାଙ୍କୁ ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ୍‌କୁ ପଠାଇଥିଲେ। ସେଠାରେ ସେ ଯମଜ ସନ୍ତାନ ଜନ୍ମ ଦେଇଥିଲେ।

ଆହୁରି ପଢ଼ନ୍ତୁ

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ୩ ଜୀବନ

ଓଡ଼ିଶାର ଏଇ ପ୍ରମୁଖ ସହର ୨ ଦିନ ସଟଡାଉନ୍

ଦୈନିକ ସାଢେ ୪ ଘଣ୍ଟା ହେବ ଗୃହ କାର୍ଯ୍ୟ

‘ବିଜ୍ଞପ୍ତି ପ୍ରକାଶ ପାଇବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ମନେପଡ଼େ ନିର୍ବାଚନ ମଣ୍ଡଳୀ କଥା’

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

You might also like