କୋଭିଡ଼ କଟକଣାରେ ଭୋଟ ଗ୍ରହଣ: ମତଦାନ ସମୟରେ ଏସବୁ କରିବା ବାଧ୍ୟତାମୂଳକ

ପିପିଲି: କୋଭିଡ଼ କଟକଣାରେ ଭୋଟ ଗ୍ରହଣ କରାଯିବ। ପିପିଲି ଉପନିର୍ବାଚନ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ଗୋଟିଏ ବୁଥରେ ସର୍ବାଧିକ ୧୦୦୦ ଲୋକ ଭୋଟ ଦେଇପାରିବେ, ବୁଥ୍ ସଂଖ୍ୟା ବୃଦ୍ଧି କରାଯାଇ ଅତିରିକ୍ତ ୭୫ ବୁଥ୍ କରାଯିବା ବ୍ୟବସ୍ଥା କରାଯିବ। ମାସ୍କ, ସାମାଜିକ ଦୂରତ୍ୱ, ସାନିଟାଇଜର ବ୍ୟବହାର ବାଧ୍ୟତାମୂଳକ ହେବ। ପ୍ରତି ବୁଥରେ ଜଣେ ଅଙ୍ଗନବାଡ଼ି ଓ ଆଶା କର୍ମୀଙ୍କୁ ନିୟୋଜନ କରାଯିବ। ୩ ପ୍ରକାର ଭୋଟରଙ୍କୁ ପୋଷ୍ଟାଲ ବାଲାଟ ଜରିଆରେ ଭୋଟ ପାଇଁ ଅନୁମତି ଦିଆଯାଇଛି। ୮୦ ବର୍ଷରୁ ଅଧିକ, ଦିବ୍ୟାଙ୍ଗ ଏବଂ କୋଭିଡ଼ ଆକ୍ରାନ୍ତଙ୍କ ପାଇଁ ପୋଷ୍ଟାଲ ବାଲାଟ ହେବ। ନିର୍ବାଚନରେ ସଂପୃକ୍ତ ସମସ୍ତଙ୍କୁ ସମ୍ମୁଖ ଯୋଦ୍ଧା ଭାବେ ବିବେଚନା କରାଯିବ। ସମ୍ମୁଖ ଯୋଦ୍ଧା ଭାବେ ବିବେଚନା କରାଯାଇ ଅଗ୍ରାଧିକାର ଭିତ୍ତିରେ ଟିକାକରଣ କରାଯିବ।

ପିପିଲି ଉପ ନିର୍ବାଚନ ଆସନ୍ତା ମାସ ଏପ୍ରିଲ ୧୭ ତାରିଖରେ ନିର୍ବାଚନ ହେବ ବୋଲି ଜଣାଯାଇଛି। ନିର୍ବାଚନ ଲାଗି ଚଳିତ ମାସ ମାର୍ଚ୍ଚ ୨୩ରେ ବିଜ୍ଞପ୍ତି ପ୍ରକାଶ ପାଇବ। ଏହାସହ ନାମାଙ୍କନ ଦାଖଲର ଶେଷ ତାରିଖ ମାର୍ଚ୍ଚ ୩୦ ବୋଲି ସୂଚନା ମିଳିଛି। ଏହାସହ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ଏପ୍ରିଲ ୩ ତାରିଖ ରହିଛି। ମେ ମାସ ୨ ତାରିଖରେ ଭୋଟ ଗଣତି ସହ ଫଳ ପ୍ରକାଶ ପାଇବ ବୋଲି ଜଣାଯାଇଛି।

You might also like