ବୀରମିତ୍ରପୁର ନାବାଳିକା ଦୁଷ୍କର୍ମ ମାମଲାରେ ତଦନ୍ତ ଆରମ୍ଭ କଲା କ୍ରାଇମବ୍ରାଞ୍ଚ

ରାଉଲକେଲା: ବୀରମିତ୍ରପୁର ନାବାଳିକା ଦୁଷ୍କର୍ମ ଓ ଗର୍ଭପାତ ଘଟଣାରେ ତନାଘନା ଚଳାଇଛି କ୍ରାଇମବ୍ରାଞ୍ଚ। ଘଟଣାର ତଦନ୍ତ କରିବା ପାଇଁ ସୁନ୍ଦରଗଡ଼ରେ ପହଞ୍ଚିଛି କ୍ରାଇମବ୍ରାଞ୍ଚର ୨ ଜଣିଆ ଟିମ୍। ଏହି ଘଟଣାରେ ସମ୍ପୃକ୍ତ ବହିଷ୍କୃତ ଥାନା ଅଧିକାରୀ ଓ ଡାକ୍ତରଙ୍କୁ ଜେରା କରିପାରେ କ୍ରାଇମବ୍ରାଞ୍ଚ।

ଘଟଣାରେ ଆଉ କାହାର ହାତ ଅଛି  କି ନାହିଁ,ଏ ନେଇ ମଧ୍ୟ ଖୋଳତାଡ଼ କରିପାରେ କ୍ରାଇମବ୍ରାଞ୍ଚ । ନାବାଳିକା ଦୁଷ୍କର୍ମ ଓ ଗର୍ଭପାତ ଘଟଣାରେ ବୀରମିତ୍ରପୁର ଥାନା ଅଧିକାରୀଙ୍କୁ ପୂର୍ବରୁ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ। କାର୍ଯ୍ୟରେ ଅବହେଳା ଓ ବେଆଇନ କାର୍ଯ୍ୟ ଯୋଗୁଁ ଅଭିଯୁକ୍ତ ଆଇଆଇସି ଆନନ୍ଦ ଚନ୍ଦ୍ର ମାଝୀଙ୍କୁ ଚାକିରିରୁ ମଧ୍ୟ ବହିଷ୍କାର କରାଯାଇଥିଲା।

ଜଣେ ନାବାଳିକାକୁ ଦୁଷ୍କର୍ମ ଓ ତାର ଗର୍ଭପାତ କରାଇବା ନେଇ ଆନନ୍ଦ ମାଝୀଙ୍କ ନାଁରେ ଅଭିଯୋଗ ହୋଇଥିଲା। ଅସହାୟ ଅବସ୍ଥାରେ ନାବାଳିକାଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଥିଲା।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରୁ ୩୪୨ କରୋନା ଆକ୍ରାନ୍ତ ଚିହ୍ନଟ

ମନ୍ଦିର ଖୋଲିବାକୁ ମଙ୍ଗିଲେନି ସରକାର

ଜେପି ନଡ୍ଡାଙ୍କୁ ଭେଟିଲେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା

ରାଜ୍ୟର ୧୪ ଜଣ ମନ୍ତ୍ରୀ, ବିଧାୟକ କରୋନା ପଜିଟିଭ ଚିହ୍ନଟ

ବିଜେଡିରେ କେଁ: ଇସ୍ତଫା ଦେଉ ଦେଉ ଦଳରୁ ବିଦା ହେଲେ ଯୁବ ନେତା

Odisha Plus 3 Admissions: ପ୍ରକାଶ ପାଇଲା ପ୍ରଥମ କଟ୍ ଅଫ୍ ମାର୍କ

ଦିନକରେ ୧୬ କରୋନା ରୋଗୀଙ୍କ ମୃତ୍ୟୁ, ଓଡ଼ିଶାରେ ୮୦୦ ଟପିଲା ମୃତ୍ୟୁ ସଂଖ୍ୟା

ଦିନକରେ ଓଡ଼ିଶାରେ ୩,୨୩୫ କରୋନା ଆକ୍ରାନ୍ତ‌ ଚିହ୍ନଟ

ପ୍ରତି ୧୫ ଦିନରେ କୋଭିଡ୍ ହସ୍ପିଟାଲ୍‌ରେ ହେବ ଫାୟାର ସେଫ୍ଟି ଅଡିଟ୍

ଆଗ ଭୁଲ୍ କଲା,‌ ପରେ କ୍ଷମା ମାଗିଲା: ସମ୍ବଲପୁରୀ ଶାଢୀ ପଶ୍ଚିମବଙ୍ଗର ବୋଲି କହିଲା Amazon

Plus III Admission: ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

You might also like