ବାହାରୁ କେହି କଟକ ସହରକୁ ଆସିଲେ ୧୪ ଦିନ କ୍ୱାରେଣ୍ଟିନ ବାଧ୍ୟତାମୂଳକ

କଟକ: ବାହାରୁ କେହି କଟକ ସହରକୁ ଆସିଲେ ୧୪ ଦିନ କ୍ୱାରେଣ୍ଟିନ ବାଧ୍ୟତାମୂଳକ ହୋଇଛି। କେବଳ କଟକ ନୁହେଁ ୫ଟି ଜିଲ୍ଲାରୁ ଆସିଲେ ମଧ୍ୟ କ୍ୱାରେଣ୍ଟିନ୍‌ରେ ରହିବାକୁ ହେବ। ସେହିଭଳି କଟକର ୫ଟି ବ୍ଲକରୁ ଆସିଲେ କ୍ୱାରେଣ୍ଟିନ ବାଧ୍ୟତାମୂଳକ କରାଯାଇଛି। ଏନେଇ CMC ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି ହୋଇଛି।

ଏହି ୫ ଜିଲ୍ଲା ହେଲା- ଗଞ୍ଜାମ, ଖୋର୍ଦ୍ଧା, ଯାଜପୁର, ଗଜପତି ଓ ବାଲେଶ୍ୱର। ଏହିସବୁ ଜିଲ୍ଲାରୁ ଆସିଲେ ସେମାନଙ୍କ ପାଇଁ କ୍ୱାରେଣ୍ଟିନ୍‌ ବାଧ୍ୟତାମୂଳକ ହେବ। ସେହିଭଳି କଟକର ୫ ବ୍ଲକ ହେଲା- ନିଶ୍ଜିନ୍ତକୋଇଲି, ନରସିଂହପୁର, ମହାଙ୍ଗା, ବଡ଼ମ୍ବା ଓ ତିଗିରିଆ।

ଅଗନ୍ତୁକଙ୍କ ପାଖରେ ହୋମ୍ କ୍ୱାରେଣ୍ଟିନ୍ ସୁବିଧା ନଥିଲେ ସେ ସରକାରୀ କ୍ୱାରେଣ୍ଟିନ୍‌ରେ ରହିପାରିବେ ବୋଲି କୁହାଯାଇଛି। ଏହି ନିୟମ ତତ୍କାଳ ଲାଗୁ କରିବା ପାଇଁ CMC ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି।Image

ଅନ୍ୟପଟେ କଟକ ସହରରେ ଆଉ ୭୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪୬ ଜଣ ସରକାରୀ କ୍ୱାରେଣ୍ଟିନ୍‌ରୁ, ୨୮ଜଣ ହୋମ୍ କ୍ୱାରେଣ୍ଟିନରୁ ଚିହ୍ନଟ ହୋଇଛନ୍ତି। ସରକାରୀ କ୍ୱାରେଣ୍ଟିନ୍‌ରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୩୮ଜଣଙ୍କ ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲ ଲିଙ୍କ୍ ରହିଛି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ କଟକ ସହରରେ ଅର୍ଥାତ୍‌ କଟକ ମହାନଗର ନିଗମ ଅଧୀନରେ ଆସୁଥିବା ଅଞ୍ଚଳରୁ ଏଯାବତ୍‌ ୧୯୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୬୬ଜଣ ଚିକିତ୍ସାଧୀନ ଥିବାବେଳେ ୨୨ଜଣ ସୁସ୍ଥ ହୋଇଛନ୍ତି। ୨ଜଣଙ୍କ ମୃତ୍ୟୁ ଘଟିଛି।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like