• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

ଭୁବନେଶ୍ୱର: ମାଡି ଆସୁଛି ମହାବାତ୍ୟା ଅମ୍ପନ୍ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ଏବେ ପାରାଦୀପଠାରୁ ୫୭୦ କିଲୋମିଟର ଦୂରରେ ରହିଛି। ସେହିପରି ଦୀଘା ଠାରୁ ୭୨୦ କିଲୋ ମିଟର ଦୂରରେ ରହିଛି । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି ହୋଇଥିବା ବୁଲେଟିନ୍‌ରେ ଏ ନେଇ ସୂଚନା ଦିଆଯାଇଛି ।

ଏହା ଘଣ୍ଟା ପ୍ରତି ୧୪ କି.ମି. ବେଗରେ ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରୁଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ,  ଏହା ସିଧା ସଳଖ ଓଡ଼ିଶାରେ ମାଡ଼ ହେଉ ନଥିଲେ ବି ଉପକୂଳବର୍ତ୍ତୀ ୧୨ଟି ଜିଲ୍ଲା ଉପରେ ଏହାର ପ୍ରଭାବ ରହିବ । ସବୁଠୁ ଅଧିକ ପ୍ରଭାବ ରହିବ ଜଗତସିଂହପୁର, କେନ୍ଦ୍ରପଡ଼ା, ଭଦ୍ରକ, ବାଲେଶ୍ୱର, ମୟୁରଭଂଜ ଉପରେ ।

ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସାଙ୍ଗକୁ ପବନର ବେଗ ସର୍ବାଧିକ ୧୩୫ କିଲୋମିଟର ଯାଏଁ ରହିବାର ଆକଳନ କରାଯାଉଛି । ସମୁଦ୍ରରେ ହିଁ ମହାବାତ୍ୟାର ଶକ୍ତି ହ୍ରାସ ପାଇବ ଏବଂ ଭେରି ସିଭିୟର ସାଇକ୍ଲୋନ୍ ରୂପରେ ସ୍ଥଳଭାଗ ଛୁଇଁବ । ଏହି ବାତ୍ୟା ଓଡ଼ିଶାରେ ମାଡ଼ ହେବନି ବରଂ ଓଡ଼ିଶା ଉପକୂଳ ଦେଇ ଦେଇ ପଶ୍ଚିମବଙ୍ଗର ଦୀଘା ଓ ବାଂଲାଦେଶର ହାଟିଆ ଦ୍ୱୀପ ମଧ୍ୟରେ ଥିବା ସୁନ୍ଦରବନରେ ପାଖାପାଖି ୨୦ ତାରିଖ ଅପରାହ୍ନରୁ ସଂଧ୍ୟା ଭିତରେ ଲ୍ୟାଣ୍ଡଫଲ୍ କରିବ ।

ମହାବାତ୍ୟା ସମୟରେ ସମୁଦ୍ର ଭିତରେ ପବନର ବେଗ ଏବେ ଘଣ୍ଟାପ୍ରତି ୨୩୦ରୁ ୨୪୦ କିଲୋମିଟର ଥିବା ବେଳେ ଲ୍ୟାଣ୍ଡଫଲ୍ ସମୟରେ ବେଗ ୧୬୫ରୁ ୧୭୫ କିଲୋମିଟର ଏବଂ ସ୍ଥଳବିଶେଷରେ ଘଣ୍ଟାକୁ ୧୯୫ କିମି ରହିବ । ତେଣୁ ପ୍ରଭାବରେ ପଶ୍ଚିମବଙ୍ଗରେ ବ୍ୟାପକ କ୍ଷୟକ୍ଷତିର ଆଶଙ୍କା ଥିବା ବେଳେ ଓଡ଼ିଶାରେ ମଧ୍ୟ ପ୍ରଭାବ ରହିବ।

Cyclone-ampan-updates-1
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories