ପାଖେଇ ଆସୁଛି ସାମୁଦ୍ରିକ ଝଡ଼ ‘ଫୋନି’, ପ୍ରବଳ ବର୍ଷା ସାଙ୍ଗକୁ ୧୮୦ କି.ମି. ବେଗରେ ପବନ ବହିବ

ଭୁବନେଶ୍ୱର: ପାଖେଇ ଆସୁଛି ସାମୁଦ୍ରିକ ଝଡ଼ ‘ଫୋନି’। ଏକ୍ସଟ୍ରିମ୍‌ଲି ସିଭିୟର (ଅତ୍ୟନ୍ତ ଭୟଙ୍କର) ସାଇକ୍ଲୋନିକ୍‌ ଷ୍ଟର୍ମରେ ପରିଣତ ହୋଇଥିବା ଏହି ସାମୁଦ୍ରିକ ଝଡ଼ ବର୍ତ୍ତମାନ ପୁରୀଠାରୁ ଦକ୍ଷିଣ-ଦକ୍ଷିଣପଶ୍ଚିମ ଦିଗରେ ୫୧୦ କି.ମି. ଏବଂ ବିଶାଖାପାଟଣାଠାରୁ ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ୨୬୦ କିଲୋମିଟର ଦୂରରେ ରହିଛି।

ଏହା ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରି ଆସନ୍ତାକାଲି ଗୋପାଳପୁର ଓ ଚାନ୍ଦବାଲି ମଧ୍ୟରେ ପୁରୀ ଆଖପାଖରେ ସ୍ଥଳଭାଗ ଛୁଇଁବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଏହା ସ୍ଥଳଭାଗ ଛୁଇଁବା ବେଳେ ପବନର ବେଗ ଘଣ୍ଟା ପ୍ରତି ୧୭୦ରୁ ୧୮୦ କିଲୋମିଟର ରହିବ ବୋଲି ଆଶଙ୍କା କରାଯାଉଛି। ତେବେ ପବନର ବେଗ ବୃଦ୍ଧି ପାଇ ୨୦୦ କିଲୋମିଟର ହୋଇପାରେ।

‘ଫୋନି’ ଡପ୍‌ଲର ୱେଦର୍‌ ରାଡାର ପରିଧିକୁ ଆସିବା ପରେ ଏହାର ଗତିବିଧି ଉପରେ ଆହୁରି ସ୍ପଷ୍ଟ ହେବବୋଲି ଜଣାପଡ଼ିଛି। ଏନେଇ ପାଣିପାଗ ବିଭାଗ ଏହାର ଗତିବିଧି ଉପରେ ନଜର ରଖିଛି।  ବର୍ତ୍ତମାନ ବାତ୍ୟା ଫୋନି ଚେନ୍ନାଇ, ବିଶାଖାପାଟଣା, ମଚ୍ଛଲିପଟ୍ଟନମ୍‌ରେ ଲାଗିଥିବା ଡପଲର ୱେଦର ରାଡାର ରେଞ୍ଜରେ ରହିଛି।

ଆହୁରି ପଢ଼ନ୍ତୁ

କାହିଁକି ଦେବୀଙ୍କ ଘରେ ପଶିଲା CBI ?

ଭିନ୍ନ ଭିନ୍ନ ନମ୍ବର ପ୍ଲେଟ୍‌ ବ୍ୟବହାର କରାଯାଇ ବୋଲେରୋରେ ଏମିତି ଚାଲାଣ ହେଉଥିଲା ଗଞ୍ଜେଇ

ବିଜେଡି ନେତା ଦେବୀ ମିଶ୍ରଙ୍କ ଘରେ CBI ରେଡ୍‌

ପ୍ରକାଶ ପାଇଲା +୨ ପାଇଁ ପ୍ରଥମ କଟ୍ ଅଫ୍ ମାର୍କ

Corona Deaths in Odisha: ୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୪,୧୮୦ କରୋନା ଆକ୍ରାନ୍ତ‌ ଚିହ୍ନଟ: ଖୋର୍ଦ୍ଧାରୁ ୬୮୮, କଟକରୁ ୪୯୨

ପୁରୀରେ ଚିନ୍ତା ବଢ଼ାଉଛି କରୋନା: ୮ ଦିନରେ ଦୁଇଗୁଣା ହେଲା ମୃତ୍ୟୁ ସଂଖ୍ୟା

ଟ୍ୱିନ୍‌ସିଟିରେ ଆକ୍ସନ ମୋଡ୍‌ରେ ପୋଲିସ୍: ସାବାଡ୍‌ ହେଉଛନ୍ତି କୋଭିଡ୍ ନିୟମ ଉଲ୍ଲଂଘନକାରୀ

‘ଓଡ଼ିଶା ସରକାରଙ୍କ ଦ୍ୱାରା ନିର୍ଦ୍ଧାରିତ ଉଚ୍ଚତାରେ ହିଁ ନିର୍ମାଣ ହେବ ମା’ ଦୁର୍ଗାଙ୍କ ପ୍ରତିମୂର୍ତ୍ତି’

ଓଡ଼ିଶାରେ ଅତି ଭୟଙ୍କର ହେଲାଣି ଗୋଷ୍ଠୀ ସଂକ୍ରମଣ

ରାଜ୍ୟରେ ହଜାରେ କରୋନା ଆକ୍ରାନ୍ତଙ୍କୁ ପ୍ଲାଜମା ଥେରାପିରେ ଚିକିତ୍ସା

ଆମେରିକାରେ ଜଲୱା ଦେଖାଲେ ଓଡ଼ିଆ ପୁଅ

You might also like