ଆସୁଛି ‘ଫୋନି’: ଜୋରରେ ପବନ ବହିବ, ସମୁଦ୍ରରେ ଆସିପାରେ ଉଚ୍ଚ ଜୁଆର

ଭୁବନେଶ୍ୱର: ସାମୁଦ୍ରିକ ଝଡ଼ ‘ଫୋନି’ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଜୋରରେ ପବନ ବହିବ। ପବନର ବେଗ ଘଣ୍ଟା ପ୍ରତି ୧୮୦ରୁ ୧୯୦ କିଲୋମିଟର ପର୍ଯ୍ୟନ୍ତ ରହିପାରେ।  ଆଜି ଓଡ଼ିଶା ଉପକୂଳରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କି.ମି. ରହିବା ବେଳେ ଏହା ୬୦ କି.ମି.କୁ ମଧ୍ୟ ଛୁଇଁପାରେ।

ସେହିପରି ଆଜି ରାତିରୁ ପବନର ବେଗ ବୃଦ୍ଧି ପାଇ ଘଣ୍ଟା ପ୍ରତି ୬୦ରୁ ୭୦ କି.ମି. ଓ ବେଳେ ବେଳେ ୮୫ କି.ମି. ପର୍ଯ୍ୟନ୍ତ ବେଗରେ ପବନ ବହି ପାରେ। ତେବେ ଆସନ୍ତାକାଲି ମଧ୍ୟାହ୍ନ ପରେ ‘ଫୋନି’ ଲ୍ୟାଣ୍ଡଫଲ୍‌ କରିବା ସ୍ଥାନ ଓ ଏହାର ଆଖପାଖରେ ପବନର ବେଗ ଘଣ୍ଟା ପ୍ରତି ୧୭୦ରୁ ୧୮୦କି.ମି. ଓ ବେଳେ ବେଳେ ୨୦୦ କି.ମି. ପର୍ଯ୍ୟନ୍ତ ରହିପାରେ।

ଉପକୂଳ ଓଡ଼ିଶାର ଅନ୍ୟ ଜିଲ୍ଲା ଗୁଡିକରେ ପବନର ବେଗ ଘଣ୍ଟା ପ୍ରତି ୯୦ରୁ ୧୦୦ କି.ମି. ଓ ବେଳେ ବେଳେ ୧୧୫ କି.ମି. ପର୍ଯ୍ୟନ୍ତ ରହିପାରେ।  ତେବେ ଆସନ୍ତା ୩ ତାରିଖ ସନ୍ଧ୍ୟାରୁ ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା ଜିଲ୍ଲାରେ ଘଣ୍ଟା ପ୍ରତି ୧୩୦ରୁ ୧୪୦ କିଲୋମିଟର ଏବଂ ବେଳେ ବେଳେ ୧୫୦ କି.ମି. ବେଗରେ ପବନ ବହିପାରେ।

ସେହିପରି ଭୁବନେଶ୍ୱର ସମେତ ଖୋର୍ଦ୍ଧା, କଟକ, ଗଜପତି, ଯାଜପୁର, ଭଦ୍ରକ, ବାଲେଶ୍ୱରରେ ପବନର ବେଗ ଘଣ୍ଟା ପ୍ରତି ୯୦ରୁ ୧୦୦ କିଲୋମିଟର ଏବଂ ବେଳେ ବେଳେ ୧୧୫ କିଲୋମିଟର ପର୍ଯ୍ୟନ୍ତ ପବନ ବହିପାରେ।

ନୟାଗଡ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ ଜିଲ୍ଲାରେ ଘଣ୍ଟା ପ୍ରତି ୬୦ରୁ ୭୦ କି.ମି. ଓ ବେଳେ ବେଳେ ୮୦ କିଲୋମିଟର ବେଗରେ ପବନ ବହିପାରେ। ତେବେ ରାଜ୍ୟର ଅନ୍ୟ ଜିଲ୍ଲାଗୁଡିକରେ ପବନର ବେଗ ୩୦ରୁ ୪୦ କି.ମି. ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରୁଛି।

‘ଫୋନି’ ପ୍ରଭାବରେ ଆସନ୍ତା ୪ ଯାଏ ଓଡ଼ିଶା ଉପକୂଳରେ ସମୁଦ୍ର ଅଶାନ୍ତ ରହିବା ସହ ଉଚ୍ଚ ଜୁଆର ମଧ୍ୟ ଆସିପାରେ। ପାଣିପାଗ ବିଭାଗର ସୂଚନା ଅନୁସାରେ, ‘ଫୋନି’ ଲ୍ୟାଣ୍ଡଫଲ୍‌ ସମୟରେ ସମୁଦ୍ରରେ ଦେଢ ମିଟର ଉଚ୍ଚତା ଯାଏ ଜୁଆର ଆସିପାରେ।  ଏଥିପାଇଁ  ଗଞ୍ଜାମ, ଖୋର୍ଦ୍ଧା, ପୁରୀ ଓ ଜଗତସିଂହପୁର ଜିଲ୍ଲାର ତଳିଆ ଅଞ୍ଚଳ ଜଳମଗ୍ନ ହେବାର ସମ୍ଭାବନା ରହିଛି।

ଅନ୍ୟପକ୍ଷେ, ସମୁଦ୍ର ଅଶାନ୍ତ ରହିବା ଯୋଗୁ ୪ ତାରିଖ ଯାଏ ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି। ରାଜ୍ୟର ସମସ୍ତ ବନ୍ଦରରେ ୪ ନମ୍ବର ବିପଦ ସଙ୍କେତ ଦିଆଯାଇଛି।

ଆହୁରି ପଢ଼ନ୍ତୁ

ପୋଲିସ ପଞ୍ଝାରେ କଫ୍ ସିରପ୍ ମାଫିଆ ଜଗା, ୧୮ ଶହ ବୋତଲ ଜବତ

କୋରାପୁଟରୁ କଟକ: ପୂରଣ ହେଲା ଆଦିବାସୀ ଝିଅର ସଙ୍ଗୀତ ସ୍ଵପ୍ନ

ଦିନକରେ ସୁସ୍ଥ ହେଲେ ୪୦୧୮ କରୋନା ଆକ୍ରାନ୍ତ

Bhubaneswar Corona News: ଭୁବନେଶ୍ୱରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୧୮ ଲୋକାଲ କେସ୍

ଶ୍ରୀକୃଷ୍ଣଙ୍କ ପ୍ରେମରେ ବାୟା ଋଷିଆନ୍ ଦମ୍ପତି

‘ବିଜେଡିର ବିରୋଧ ପଛରେ ସିବିଆଇ ରେଡ୍’

ବୋହୂର ପିଲାପିଲି ନହେବାରୁ ଶ୍ୱଶୁର ଭିଆଇଲା ଏଭଳି କାଣ୍ଡ

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

You might also like