ସମ୍ଭାବ୍ୟ ବାତ୍ୟା ପାଇଁ ଗଜପତି ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ବୈଠକ

ଶୁଖିଲା ଖାଦ୍ୟ ମହଜୁଦ ରଖିବାକୁ ଯୋଗାଣ ବିଭାଗକୁ ନିର୍ଦ୍ଦେଶ

ଗଜପତି  : ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ଗଜପତି ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ  ହୋଇଯାଇଛି। ଏହି ବୈଠକରେ ସମସ୍ତ ବିଭାଗୀୟ ଅଧିକାରୀମାନେ ଯୋଗ ଦେଇ ନିଜ ବିଭାଗର ପ୍ରସ୍ତୁତି ସମ୍ପର୍କରେ ସୂଚନା ଦେଇଥିଲେ।

ବାତ୍ୟାକୁ ଦୃଷ୍ଟିରେ ରଖି ଉପଯୁକ୍ତ ପରିମାଣର ଖାଦ୍ୟ ପଦାର୍ଥ ମହଜୁଦ ରଖିବା ପାଇଁ ଯୋଗାଣ ବିଭାଗକୁ ନିର୍ଦ୍ଦେଶ ଦିଅାଯାଇଛି । ଯୋଗାଯୋଗ ବ୍ୟବସ୍ଥା ଯେଭଳି ବେଶି ପ୍ରଭାବିତ ନ ହୁଏ, ସେଥିପ୍ରତି ମଧ୍ୟ ଦୃଷ୍ଟି ଦେବାକୁ ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଅାଯାଇଛି।

ସେପଟେ ଗଜପତିରେ ଅାଜି ସକାଳୁ ସକାଳୁ ଝିପି ଝିପି ବର୍ଷା ଅାରମ୍ଭ ହୋଇଯାଇଛି । ସେହିପରି ସମୟ ବଢିବା ସହ ପବନର ବେଗ ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି ।

You might also like