ଓଡ଼ିଶା ମୁହାଁ ‘ଫୋନି’: ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ, ୟଲୋ ଓ ରେଡ୍ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ସାମୁଦ୍ରିକ ଝଡ଼ ‘ଫୋନି’କୁ ନେଇ ଭାରତୀୟ ପାଣିପାଣ ବିଭାଗ ସତର୍କ ସୂଚନା ଜାରି କରିଛି। ଏହାଦ୍ୱାରା ପ୍ରଭାବିତ ହେବାକୁ ଥିବା ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ, ୟଲୋ ଏବଂ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି।

ଆଜି ଓ ଆସନ୍ତାକାଲି ମଧ୍ୟରେ ୭ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା- ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କୋରାପୁଟ, ରାୟଗଡ଼ା ଓ କନ୍ଧମାଳ।

ସେହିପରି ଆସନ୍ତାକାଲି ଓ ୪ ତାରିଖ ପାଇଁ ୧୭ଟି ଜିଲ୍ଲାକୁ ପାଣିପାଗ ବିଭାଗ ରେଡ୍ ୱାର୍ଣ୍ଣିଂ ଜାରି କରିଛି। ସେଗୁଡ଼ିକ ହେଲା- ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଜଗତସିଂହପୁର, ଯାଜପୁର, ଭଦ୍ରକ,କେନ୍ଦ୍ରାପଡ଼ା, ବାଲେଶ୍ୱର, କନ୍ଧମାଳ, ରାୟଗଡ଼ା, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ।

ଏହାସହ ୩ରୁ ୪ ତାରିଖ ମଧ୍ୟରେ ବୌଦ୍ଧ, କନ୍ଧମାଳ, ସମ୍ବଲପୁର ଏବଂ ଦେବଗଡ଼ ପାଇଁ ମଧ୍ୟ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆହୁରି ମଧ୍ୟ ପଢ଼ନ୍ତୁ: ପାଖେଇ ଆସୁଛି ସାମୁଦ୍ରିକ ଝଡ଼ ‘ଫୋନି’, ପ୍ରବଳ ବର୍ଷା ସାଙ୍ଗକୁ ୧୮୦ କି.ମି. ବେଗରେ ପବନ ବହିବ

You might also like