ପାଖେଇ ଆସିଲାଣି ‘ଫୋନି’: ସୁରକ୍ଷିତ ଆଶ୍ରୟସ୍ଥଳକୁ ୨୫ ହଜାର ଲୋକଙ୍କୁ ସ୍ଥାନାନ୍ତରିତ
ଭୁବନେଶ୍ୱର: ସାମୁଦ୍ରିକ ଝଡ଼ ‘ଫୋନି’କୁ ଦୃଷ୍ଟିରେ ରଖି ଉପକୂଳ ଓ ତଳିଆ ଅଞ୍ଚଳର ଲୋକଙ୍କୁ ସୁରକ୍ଷିତ ଆଶ୍ରୟସ୍ଥଳକୁ ସ୍ଥାନାନ୍ତର କରାଯାଉଛି।
ଆଜି ଦିନ ୧୦ଟା ୩୦ ସୁଦ୍ଧା ୨୫ ହଜାର ଲୋକଙ୍କୁ ସ୍ଥାନାନ୍ତର ସରିଲାଣି। ଏନେଇ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ମୋଟ ପ୍ରାୟ ସାଢେ ୭ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତରଣ କରାଯିବାକୁ ଯୋଜନା ରଖାଯାଇଛି।
ପ୍ରଭାବିତ ହେବାକୁ ଥିବା ୧୩ଟି ଜିଲ୍ଲାର ଲୋକଙ୍କୁ ଆଶ୍ରୟ ସ୍ଥଳକୁ ଆଜି ସଂଧ୍ୟା ସୁଦ୍ଧା ସ୍ଥାନାନ୍ତର କାର୍ଯ୍ୟ ସରିବ। ଏନେଇ ବିଭିନ୍ନ ଜିଲ୍ଲାରେ ୩ ହଜାରରୁ ଅଧିକ ବାତ୍ୟା ଆଶ୍ରୟସ୍ଥଳ ପ୍ରସ୍ତୁତ ରହିଛି। ଏହାସହ ୧ ଲକ୍ଷ ଖାଦ୍ୟ ପୁଡ଼ିଆ ପ୍ରସ୍ତୁତ କରାଯାଉଛି। ଯାହା ଆବଶ୍ୟକ ପଡ଼ିଲେ ରିଲିଫ୍ ଆକାରରେ ପଠାଯିବ।
ଆହୁରି ମଧ୍ୟ ପଢ଼ନ୍ତୁ: ପୁରୀରୁ ୩୬୦ କିଲୋମିଟର ଦୂରରେ ‘ଫୋନି’