ପୁରୀରୁ ୩୬୦ କିଲୋମିଟର ଦୂରରେ ‘ଫୋନି’

ଭୁବନେଶ୍ୱର: ସାମୁଦ୍ରିକ ଝଡ଼ ‘ଫୋନି’ ବର୍ତ୍ତମାନ ପୁରୀରୁ ୩୬୦ କିଲୋମିଟର ଦୂରରେ ରହିଥିବା ଜଣାପଡ଼ିଛି। ଆସନ୍ତାକାଲି ଦିନ ୧୦ଟାରୁ ୧୨ଟା ପରେ ଯେକୌଣସି ସମୟରେ ସ୍ଥଳଭାଗକୁ ଛୁଇଁପାରେ ବୋଲି ସୂଚନା ମିଳିଛି।

ଏକ୍ସଟ୍ରିମ୍‌ଲି ସିଭିୟର (ଅତ୍ୟନ୍ତ ଭୟଙ୍କର) ସାଇକ୍ଲୋନିକ୍‌ ଷ୍ଟର୍ମରେ ପରିଣତ ହୋଇଥିବା ଏହି ସାମୁଦ୍ରିକ ଝଡ଼ ସ୍ଥଳଭାଗ ଛୁଇଁବା ବେଳେ ପବନର ବେଗ ଘଣ୍ଟା ପ୍ରତି ୧୭୦ରୁ ୧୮୦ କିଲୋମିଟର  ରହିବ। ବେଳେ ବେଳେ ଏହା ୨୦୦ କିଲୋମିଟରକୁ ମଧ୍ୟ ଛୁଇଁପାରେ।

ଏହାକୁ ମୁକାବିଲା କରିବା ଲାଗି ସରକାରଙ୍କ ପକ୍ଷରୁ ଜୋରଦାର ପ୍ରସ୍ତୁତି ଚାଲିଛି। ପ୍ରଭାବିତ ଅଞ୍ଚଳରେ ଏନ୍‌ଡିଆର୍‌ଏଫ୍‌, ଓଡ୍ରାଫ୍‌ ଟିମ୍‌ ପହଞ୍ଚିବା ସହ ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇ ରହିଛନ୍ତି।

ଅନ୍ୟପକ୍ଷେ, ‘ଫୋନି’ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆଜିଠୁ ବର୍ଷା ଆରମ୍ଭ ହୋଇଯାଇଛି। ରାଜଧାନୀ ଭୁବନେଶ୍ୱର, ଗଜପତି, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ଏହାସହ ଅନ୍ୟ ସ୍ଥାନରେ ମଧ୍ୟ ବର୍ଷା ହୋଇଥିବା ଖବର ଆସୁଛି।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like