‘ଫୋନି’ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା

ଭୁବନେଶ୍ୱର: ଏକ୍ସଟ୍ରିମ୍‌ଲି ସିଭିୟର (ଅତ୍ୟନ୍ତ ଭୟଙ୍କର) ସାଇକ୍ଲୋନିକ୍‌ ଷ୍ଟର୍ମରେ ପରିଣତ ହୋଇଥିବା ସାମୁଦ୍ରିକ ଝଡ଼ ‘ଫୋନି’ ପୁରୀଠାରୁ ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମ ଦିଗରେ ୪୩୦ କିଲୋମିଟର ଏବଂ ବିଶାଖାପାଟଣାଠାରୁ ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ୨୨୫ କିଲୋମିଟର ଦୂରରେ ଥିବା ଜଣାପଡ଼ିଛି।

ଭାରତୀୟ ପାଣିପାଗ ବିଭାଗର ବୁଲେଟିନ୍ ଅନୁସାରେ, ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଥିବା ‘ଫୋନି’ ଗତ ୬ ଘଣ୍ଟା ମଧ୍ୟରେ ଉତ୍ତର-ଉତ୍ତରପୂର୍ବ ଦିଗରେ ୧୫ କିଲୋମିଟର ବେଗରେ ଗତି କରୁଛି। ଏହାଦ୍ୱାରା ପ୍ରଭାବିତ ହେବାକୁ ଥିବା ରାଜ୍ୟ ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ, ୟଲୋ ଏବଂ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି।

ଅନ୍ୟପକ୍ଷେ, ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆଜିଠୁ ବର୍ଷା ଆରମ୍ଭ ହୋଇଯାଇଛି। ରାଜଧାନୀ ଭୁବନେଶ୍ୱର, ଗଜପତି, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ଏହାସହ ଅନ୍ୟ ସ୍ଥାନରେ ମଧ୍ୟ ବର୍ଷା ହୋଇଥିବା ଖବର ଆସୁଛି।

ଆଜି ଓ ଆସନ୍ତାକାଲି ମଧ୍ୟରେ ୭ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା- ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କୋରାପୁଟ, ରାୟଗଡ଼ା ଓ କନ୍ଧମାଳ।

ଆହୁରି ମଧ୍ୟ ପଢ଼ନ୍ତୁ: ଓଡ଼ିଶା ମୁହାଁ ‘ଫୋନି’: ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ, ୟଲୋ ଓ ରେଡ୍ ୱାର୍ଣ୍ଣିଂ ଜାରି

ଆହୁରି ପଢ଼ନ୍ତୁ

କାହିଁକି ଦେବୀଙ୍କ ଘରେ ପଶିଲା CBI ?

ଭିନ୍ନ ଭିନ୍ନ ନମ୍ବର ପ୍ଲେଟ୍‌ ବ୍ୟବହାର କରାଯାଇ ବୋଲେରୋରେ ଏମିତି ଚାଲାଣ ହେଉଥିଲା ଗଞ୍ଜେଇ

ବିଜେଡି ନେତା ଦେବୀ ମିଶ୍ରଙ୍କ ଘରେ CBI ରେଡ୍‌

ପ୍ରକାଶ ପାଇଲା +୨ ପାଇଁ ପ୍ରଥମ କଟ୍ ଅଫ୍ ମାର୍କ

Corona Deaths in Odisha: ୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୪,୧୮୦ କରୋନା ଆକ୍ରାନ୍ତ‌ ଚିହ୍ନଟ: ଖୋର୍ଦ୍ଧାରୁ ୬୮୮, କଟକରୁ ୪୯୨

ପୁରୀରେ ଚିନ୍ତା ବଢ଼ାଉଛି କରୋନା: ୮ ଦିନରେ ଦୁଇଗୁଣା ହେଲା ମୃତ୍ୟୁ ସଂଖ୍ୟା

ଟ୍ୱିନ୍‌ସିଟିରେ ଆକ୍ସନ ମୋଡ୍‌ରେ ପୋଲିସ୍: ସାବାଡ୍‌ ହେଉଛନ୍ତି କୋଭିଡ୍ ନିୟମ ଉଲ୍ଲଂଘନକାରୀ

‘ଓଡ଼ିଶା ସରକାରଙ୍କ ଦ୍ୱାରା ନିର୍ଦ୍ଧାରିତ ଉଚ୍ଚତାରେ ହିଁ ନିର୍ମାଣ ହେବ ମା’ ଦୁର୍ଗାଙ୍କ ପ୍ରତିମୂର୍ତ୍ତି’

ଓଡ଼ିଶାରେ ଅତି ଭୟଙ୍କର ହେଲାଣି ଗୋଷ୍ଠୀ ସଂକ୍ରମଣ

ରାଜ୍ୟରେ ହଜାରେ କରୋନା ଆକ୍ରାନ୍ତଙ୍କୁ ପ୍ଲାଜମା ଥେରାପିରେ ଚିକିତ୍ସା

ଆମେରିକାରେ ଜଲୱା ଦେଖାଲେ ଓଡ଼ିଆ ପୁଅ

You might also like