ଆସନ୍ତା ୨୪ ଘଣ୍ଟାରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ସାମୁଦ୍ରିକ ଝଡ଼, ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣପଶ୍ଚିମ ତଥା ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ୱେଲ‌ଡ୍‌ ମାର୍କଡ୍‌ ଲଘୁଚାପ କ୍ଷେତ୍ର ଅବପାତର ରୂପ ନେଇଛି।

ଆସନ୍ତା ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହୋଇ ସାମୁଦ୍ରିକ ଝଡ଼ ବା ବାତ୍ୟାର ରୂପ ନେଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। 

୨୫ ତାରିଖ ମଧ୍ୟାହ୍ନରୁ ଅପରାହ୍ଣ ମଧ୍ୟରେ ପୁଡୁଚେରି ଓ ତାମିଲନାଡୁ ମଧ୍ୟ ଦେଇ ଏହା ଉପକୂଳ ଅତିକ୍ରମ କରିପାରେ। ତେବେ ଏହା ଓଡ଼ିଶା ମୁହାଁ ନହୋଇ ବରଂ ତାମିଲନାଡ଼ୁ ଦେଇ ଗତି କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

ଏହାର ପ୍ରଭାବରେ ୨୫ରୁ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଏବଂ ୨୬ରେ ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି। ୨୫ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ କୋରାପୁଟ, ରାୟଗଡ଼ା ଓ ଗଜପତି ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ୨୬ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ଗଜପତି ଓ ରାୟଗଡ଼ା ଏବଂ ପ୍ରବଳ ବର୍ଷାର ଆଶଙ୍କା ନେଇ କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, ମାଲକାନଗିରି ଓ କୋରାପୁଟ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

You might also like