୨ଶହ ଲୋକଙ୍କୁ ଦଣ୍ଡନାଚ ପାଇଁ ଅନୁମତି, ଅଧିକ ହେଲେ ଦାୟୀ ରହିବେ ଆୟୋଜକ

ଦଣ୍ଡଯାତ୍ରା ପାଇଁ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ କଟକଣା

ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଦଣ୍ଡଯାତ୍ରା ପାଇଁ କଟକଣା
୨ଶହ ଲୋକଙ୍କୁ ଦଣ୍ଡନାଚ ପାଇଁ ଅନୁମତି
ସଂଖ୍ୟା ଅଧିକ ହେଲେ ଆୟୋଜକ ଦାୟୀ 
କୌଣସି ଭୋଜିଭାତ କିମ୍ବା ପ୍ରସାଦସେବନ କାର୍ଯ୍ୟକ୍ରମକୁ ବାରଣ
ସାଂସ୍କୃତିକ କାର୍ଯ୍ୟକ୍ରମ ଆଦୌ ହୋଇପାରିବ ନାହିଁ
ଦଣ୍ଡନାଚ ପାଇଁ ସ୍ଥାନୀୟ ତହସିଲଦାରଙ୍କ ଠାରୁ ଅନୁମତି ବାଧ୍ୟତାମୂଳକ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଦଣ୍ଡଯାତ୍ରା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜାରି କଟକଣାକୁ ନେଇ ଅସନ୍ତୋଷ । କରୋନା କଟକଣା ଯୋଗୁ ଚଳିତବର୍ଷ କେବଳ ଦଣ୍ଡନାଚ ମାନସିକଧାରୀଙ୍କ ପାଇଁ ପାରମ୍ପାରିକ ରୀତି ଅନୁଯାୟୀ ପାଳନ ହେବ । କୋଭିଡ୍ ଗାଇଡ଼ଲାଇନ୍ ଅନୁଯାୟୀ କେବଳ ଦଣ୍ଡୁଆଙ୍କ ଦଣ୍ଡନାଚ ଅନୁଷ୍ଠିତ ହେବ । ତାପୁଣି ୨ଶହ ଲୋକଙ୍କୁ ନେଇ, ତାଠୁ ଯଦି ଅଧିକ ହୁଅନ୍ତି, ତେବେ ଆୟୋଜକ ଦାୟୀ ରହିବେ ବୋଲି ନିର୍ଦ୍ଦେଶନାମାରେ ଦର୍ଶାଇଛି ଗଞ୍ଜାମ ଜିଲ୍ଲା ପ୍ରଶାସନ ।

ସେହିପରି କୌଣସି ଭୋଜିଭାତ କିମ୍ବା ପ୍ରସାଦ ସେବନ କର୍ଯ୍ୟକ୍ରମକୁ ବାରଣ କରାଯାଇଛି । ସେହିପରି ସାଂସ୍କୃତିକ କର୍ଯ୍ୟକ୍ରମ ଆଦୌ ହୋଇପାରିବ ନାହିଁ। ଦଣ୍ଡନାଚ ପାଇଁ ସ୍ଥାନୀୟ ତହସିଲଦାରଙ୍କଠାରୁ ଅନୁମତି ବାଧ୍ୟତାମୂଳକ। କେବଳ ଦଣ୍ଡନାଚ ନୁହେଁ, ଶିବରାତ୍ରୀକୁ ଦୃଷ୍ଟିରେ ରଖି ଜାଗର ଯାତ୍ରା ପାଇଁ ମଧ୍ୟ କଟକଣା ଜାରି କରିଛି ଗଞ୍ଜାମ ଜିଲ୍ଲା ପ୍ରଶାସନ । ମାସ୍କ ନଥିଲେ କୌଣସି ଭକ୍ତ କିମ୍ବା ଶ୍ରଦ୍ଧାଳୁଙ୍କୁ ଶିବାଳୟ ପ୍ରବେଶ ଅନୁମତି ଦିଆଯିବ ନାହିଁ । ସାଧାରଣଙ୍କ ପାଇଁ ଭଜନ ସମାରୋହକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଛି । ଶିବ ମନ୍ଦିର ପରିସରରେ ଭୋଗ ବଣ୍ଟନ ଓ ପ୍ରସାଦ ସେବନ କାର୍ଯ୍ୟକ୍ରମ ପାଇଁ ଅନୁମତି ଦିଆଯିବନି ବୋଲି ଜିଲ୍ଲା ପ୍ରଶାସନ ସ୍ପଷ୍ଟ ନିର୍ଦ୍ଦେଶନାମାରେ ଉଲ୍ଲେଖ କରିଛି ।

ଆହୁରି ପଢନ୍ତୁ: ଜାଗର ଯାତ୍ରାରେ ମେଳା ଓ ଗହଳିକୁ ବାରଣ : କଡ଼ା କଟକଣା ଜାରି କଲେ ସ୍ୱତନ୍ତ୍ର ରିଲିଫ୍ କମିଶନର

You might also like