କରୋନା ମୃତ୍ୟୁ ସଂଖ୍ୟା କମିଲା; ୫ ରୋଗୀ ଆଖି ବୁଜିଲେ

ଭୁବନେଶ୍ୱର: ରାଜ୍ୟରେ କରୋନା ମୃତ୍ୟୁ ହାର କମୁଛି। ଗତ କାଲି ୫ ଆକ୍ରାନ୍ତ ଆଖି ବୁଜିଥିବାବେଳେ ଆଜି ଆଖି ବୁଜିଛନ୍ତି ୫। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୭୩୯ରେ ପହଞ୍ଚିଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି।

ମୃତକଙ୍କ ମଧ୍ୟରୁ ୩ ଜଣ ଖୋର୍ଦ୍ଧା ଜିଲ୍ଲାରୁ ଥିବାବେଳେ ୨ ଜଣ ଅଛନ୍ତି ନୂଆପଡ଼ା ଜିଲ୍ଲାର।

ସୂଚନାଥାଉ କି, ଆଜି ମଧ୍ୟ ରାଜ୍ୟରୁ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଆଜି ୪୧୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

You might also like