ରାଜ୍ୟରେ ଆଖି ବୁଜିଲେ ୧୨ କରୋନା ରୋଗୀ

ଭୁବନେଶ୍ୱର: ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଗତକାଲି କମିବା ପରେ ଆଜି ପୁଣି ବଢିଛି। ଗତ କାଲି ୯ ଆକ୍ରାନ୍ତଙ୍କ ମୃତ୍ୟ ଘଟିଥିବାବେଳେ  ରାଜ୍ୟରେ ୧୨ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି।

ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା ୧, ୩୫୨ ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ସୂଚନାଥାଉ କି, ଆଜି ରାଜ୍ୟରେ ନୂଆ ପଜିଟିଭଙ୍କ ସଂଖ୍ୟା ହ୍ରାସ ପାଇଛି। ଆଜି ରାଜ୍ୟରୁ ୧୨୦୧ କରୋନା ପଜିଟିଭ ଚିହ୍ନଟ ହୋଇଛି।

ଭୁବନେଶ୍ୱରରୁ ୨ ଜଣ କରୋନା ରୋଗୀ ଆଖି ବୁଜିଥିବାବେଳେ ନୂଆପଡା, ସୁନ୍ଦରଗଡ଼, ଢେଙ୍କାନାଳ, କଟକ, ଜଗତ୍‌ସିଂହପୁର, ଖୋର୍ଦ୍ଧା, ଭ୍ରଦକ, ବାଲେଶ୍ୱର, କଳାହାଣ୍ଡି ଓ ଢେଙ୍କାନାଳରୁ ଜଣେ ଲେଖାଏ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି।

 

You might also like