ଗଭୀର ଅବପାତ ରୂପ ନେଲା ଲଘୁଚାପ, ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। ଏହାର ପ୍ରଭାବରେ ଆଜି ଦକ୍ଷିଣ ଓଡ଼ିଶାର ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସ୍ୱତନ୍ତ୍ର ରିଲିଫ କମିଶନର ଆଜି ସକାଳୁ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି।

ଏହି ୫ଟି ଜିଲ୍ଲା ହେଉଛି- କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଗଜପତି ଓ ରାୟଗଡ଼ା। ଡିପ୍ ଡିପ୍ରେସନ୍ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ଜିଲ୍ଲା ଗୁଡିକରେ ଗତକାଲିଠାରୁ ବର୍ଷା ଲାଗି ରହିଥିବା ବେଳେ ଆଜି ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ଡିପ୍ ଡିପ୍ରେସନ୍ ଆଜି କାକିନାଡା ନିକଟରେ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି। ମାଲକାନଗିରି, ରାୟଗଡା, କୋରାପୁଟ, ଗଜପତି ଏବଂ ଗଞ୍ଜାମ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ନବରଙ୍ଗପୁର, କନ୍ଧମାଳ, ପୁରୀ ଏବଂ ଖୋର୍ଦ୍ଧା ଜିଲ୍ଲାରେ ପ୍ରବଳ ବର୍ଷା ନେଇ  ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି।  ଡିପ୍ ଡିପ୍ରେସନ୍ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ସମୁଦ୍ରକୁ ନଯିବା ଲାଗି ମତ୍ସ୍ୟଜୀବିଙ୍କୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ

ନଭେମ୍ବର ପାଇଁ ଅନ୍‌ଲକ୍-୬ ଗାଇଡ୍‌ ଲାଇନ୍ ଜାରି

ଆସିଲା ଅନ୍‌ଲକ୍‌-୬ ଗାଇଡ୍‌ଲାଇନ୍ସ: ଜାଣନ୍ତୁ ଓଡ଼ିଶାରେ କେବେ ଖୋଲିବ ସ୍କୁଲ…

ନଭେମ୍ବରରେ କେମିତି ଚାଲିବ ସରକାରୀ ଅଫିସ, ଆସିଲା ଗାଇଡ୍‌ଲାଇନ୍

କମ୍ବିଂ ଅପରେସନ୍ ବେଳେ ପୋଲିସ-ମାଓବାଦୀ ମୁହାଁମୁହିଁ

ଉପନିର୍ବାଚନ ପାଇଁ ୩ରେ ଛୁଟି ଘୋଷଣା

ରାଜ୍ୟରେ ମନ୍ଦିର ଖୋଲାଯିବା ଦରକାର: ଧର୍ମେନ୍ଦ୍ର

୨ଟି ଥାଳି ଫ୍ରି ଆଶାରେ ଅନ୍‌ଲାଇନ୍ ଅର୍ଡର କରୁଥିବା ବ୍ୟକ୍ତିଙ୍କ ଅବସ୍ଥା କଣ ହେଲା ଜାଣନ୍ତୁ

ସୁସ୍ଥ ହୋଇଥିବା ଲୋକଙ୍କୁ ବି ପୁଣି ଥରେ କରୋନା ହେବ କି ନାହିଁ ? ଓଡ଼ିଶାରେ ମିଳିଲା ପ୍ରମାଣ

ଟ୍ରକ୍ ଧକ୍କାରେ ଚାଲିଗଲା ଅଜା-ନାତିର ଜୀବନ

ହବିଷ୍ୟାଳୀଙ୍କ ପାଇଁ ମିଳିବ ମହାପ୍ରସାଦ

ଭୁବନେଶ୍ୱରରେ ଅଧା ଲୋକଙ୍କୁ ଛୁଇଁଗଲାଣି କରୋନା

ନିର୍ବାଚନ ପୂର୍ବରୁ ୧୫୦୦ ଅପରାଧୀ ଚିହ୍ନଟ, ୭୫ ୱାରେଣ୍ଟିଙ୍କୁ ଜେଲ୍

You might also like