• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Odishatv Bureau

ଢେଙ୍କାନାଳ(ରାଜଶ୍ରୀ ଶତପଥୀ): ଢେଙ୍କାନାଳ ଟାଉନ୍ ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥର କଲେଜ ବାଇପାସ୍‌ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ପୁଲିସ୍‌ ଜିପ୍‌ ଓ ଟ୍ରକ୍ ମୁହାଁମୁହିଁ ଧକ୍କା ହେବାରୁ ଘଟଣାସ୍ଥଳରେ ଜଣେ ପୁଲିସ୍ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଗତକାଲି ରାତି ପ୍ରାୟ ସାଢ଼େ ୧ଟା ବେଳେ ଏହି ଦୁର୍ଘଟଣା ଘଟିଛି।

ମୃତକ ହେଲେ ଭିକାରୀ ଚରଣ। ସେ OSAP ଫାଷ୍ଟ ବାଟାଲିୟନର ଡେପୁଟି ସୁବେଦାର ଥିଲେ। ଆହତମାନେ ହେଲେ ଫାଷ୍ଟ ବାଟାଲିୟନର ହୃଷିକେଶ ସିଂହ, ରାଜେନ୍ଦ୍ର ବିଶ୍ୱାଳ ଓ ଅଶ୍ୱିନୀ ରାଉତ।

ଏହି ପୁଲିସ୍‌ କର୍ମଚାରୀମାନେ କଟକରୁ ଏକ ମିଟିଂ ସାରି ପୁଲିସ୍‌ ଜିପ୍‌ରେ ଢେଙ୍କାନାଳ ଫେରୁଥିଲେ। ୫୫ ନମ୍ବର ଜାତୀୟ ରାଜପଥର କଲେଜ ବାଇପାସ୍‌ ନିକଟରେ ଢେଙ୍କାନାଳରୁ କଟକ ଅଭିମୁଖେ ଯାଉଥିବା ଏକ ଟ୍ରକ୍ ସହ ସେମାନଙ୍କ ଜିପ୍‌ର ମୁହାଁମୁହିଁ ଧକ୍କା ହୋଇଥିଲା।

ଘଟଣାସ୍ଥଳରେ ଭିକାରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଗୁରୁତର ୩ ଜଣଙ୍କୁ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ହେଲେ ସେମାନଙ୍କ ମଧ୍ୟରୁ ଦୁଇ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରୁ ଟ୍ରକ୍‌ ସହ ଡ୍ରାଇଭର ଫେରାର ହୋଇ ଯାଇଛି। ପୁଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରିଛି।

Deputy-subedar-of-osap-killed-3-other-constables-critically-injured-in-an-accident
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories