ନୂଆ ୬୫ କରୋନା ପଜିଟିଭଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର: ରାଜ୍ୟରେ ଚିହ୍ନଟ ନୂଆ ୬୫ କରୋନା ଆକ୍ରାନ୍ତଙ୍କ ସମ୍ପର୍କରେ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର।‌ ଯାଜପୁରର ୩୧ ନୂଆ ପଜିଟିଭ ମଧ୍ୟରୁ ୩୦ ଜଣ ପଶ୍ଚିମବଙ୍ଗ ଫେରନ୍ତା ହୋଇଥିବା ବେଳେ ଜଣେ ଝାଡ଼ଖଣ୍ଡ ଫେରନ୍ତା ଓ ସମସ୍ତେ କ୍ୱାରେଣ୍ଟିନ୍‌ ସେଣ୍ଟରରେ ଥିଲେ।

ସେହିପରି ଗଞ୍ଜାମର ୧୩ ପଜିଟିଭ ମଧ୍ୟରୁ ୧୨ଜଣ ସୁରତ ଫେରନ୍ତା ଓ ସମସ୍ତେ କ୍ୱାରେଣ୍ଟିନ ସେଣ୍ଟରରେ ଥିଲେ। ଅନ୍ୟଜଣେ ହୋମ କ୍ୱାରେଣ୍ଟିନରେ ଥିବା ତଥ୍ୟ ଦେଇଛି ସୂଚନା ଓ ଲୋକ ସଂପର୍କ ବିଭାଗ। କେନ୍ଦ୍ରାପଡ଼ା ଜିଲ୍ଲାରୁ ଚିହ୍ନଟ ୪ ସଂକ୍ରମିତ ସମସ୍ତେ ସୁରତ ଫେରନ୍ତା ଓ ସମସ୍ତ କ୍ୱାରେଣ୍ଟିନ ସେଣ୍ଟରରେ ଥିଲେ। ପୁରୀରୁ ଚିହ୍ନଟ ୪ ପଜିଟିଭ ପଶ୍ଚିମବଙ୍ଗ ଫେରନ୍ତା। 

କଟକରୁ ଚିହ୍ନଟ ୬ ସଂକ୍ରମିତ ଅହମ୍ମଦାବାଦ ଫେରନ୍ତା ଓ ସମସ୍ତେ କ୍ୱାରେଣ୍ଟିନ ସେଣ୍ଟରରେ ଥିଲେ। ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ୩ ପଜିଟିଭଙ୍କ ମଧ୍ୟରୁ ଜଣେ ପଶ୍ଚିମବଙ୍ଗ ଓ ଜଣେ ସୁରତ ଫେରନ୍ତା। ଏମାନେ କ୍ୱାରେଣ୍ଟିନ ସେଣ୍ଟରରେ ଥିବା ବେଳେ ଜଣେ ହୋମ୍‌ କ୍ୱାରେଣ୍ଟିନ ସେଣ୍ଟରରେ ଥିଲେ। ମୟୂରଭଞ୍ଜର ୨ ପଜିଟିଭ ସୁରତ ଫେରନ୍ତା ଓ ସମସ୍ତେ କ୍ୱାରେଣ୍ଟିନ ସେଣ୍ଟରରେ ଥିଲେ।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୭୩୭କୁ ବୃଦ୍ଧି ପାଇଛି। ଏମାନଙ୍କ ମଧ୍ୟରୁ ୫୬୮ ଜଣ ଚିକିତ୍ସାଧୀନ ଥିବାବେଳେ ୧୬୬ ଜଣ ସୁସ୍ଥ ହୋଇଛନ୍ତି। ତେବେ ୩ଜଣଙ୍କ ମୃତ୍ୟୁ ଘଟିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ

୫ ଶହ ଟଙ୍କା ପାଇଁ ନାବାଳକଙ୍କୁ ପିଟି ପିଟି ମାରିଦେଲେ !

ରହସ୍ୟ ଘେରରେ ମା’-ଝିଅଙ୍କ ମୃତ୍ୟୁ: ୪ ଦିନ ହେଲା ପଡ଼ି ରହିଛି ମୃତଦେହ

ବାଲେଶ୍ୱର ବିଜେଡିରେ ଗୋଷ୍ଠୀ କନ୍ଦଳ !

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ରୋଗୀ

ଦିନକରେ ଓଡ଼ିଶାରେ ୪,୨୩୭ କରୋନା ଆକ୍ରାନ୍ତ‌ ଚିହ୍ନଟ

‘ମୃତକଙ୍କ ହେବନି କୋଭିଡ୍-୧୯‌ ଟେଷ୍ଟ୍‌’

OJEE 2020: ଆଜି ଅନ୍‌ଲାଇନ୍‌ ଆବେଦନର ଶେଷ ତାରିଖ

ଗୁପ୍‌ଚୁପ୍ ଖାଉଥିବା ବେଳେ ତଣ୍ଟିରେ ଲାଗିଗଲା ଗୁପ୍‌ଚୁପ୍, ଚାଲିଗଲା ଜୀବନ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

You might also like