ପଞ୍ଚୁକ ପାଇଁ ଶ୍ରୀକ୍ଷେତ୍ରରେ ପ୍ରବଳ ଭିଡ଼
ପୁରୀ: ଚାଲିଛି ପଞ୍ଚୁକ ବ୍ରତ। ପବିତ୍ର ପଞ୍ଚୁକର ଦ୍ୱିତୀୟ ଦିନରେ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ସିଂହଦ୍ୱାର ଆଗରେ ଶହ ଶହ ସଂଖ୍ୟାରେ ହବିଷ୍ୟାଳୀ ଓ ଶ୍ରଦ୍ଧାଳୁ ଭିଡ଼ ଲଗାଇଛନ୍ତି।
ପ୍ରଥମ ଦିନରେ ମହାପ୍ରଭୁ ଲକ୍ଷ୍ମୀ ନାରାୟଣ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥିଲେ।
ଶ୍ରୀଜିଉଙ୍କ ଦର୍ଶନ ପାଇଁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମାମଗ ହୋଇଛି। ଏପଟେ ଶୃଙ୍ଖଳିତ ଦର୍ଶନ ଲାଗି ବ୍ୟାରିକେଡ୍ ସହ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।