ଚାକିରିରୁ ବହିଷ୍କୃତ ହେଲେ ପୂର୍ବତନ ବିରମିତ୍ରପୁର ଆଇଆଇସି

ଭୁବନେଶ୍ୱର: ବୀରମିତ୍ରପୁର ନାବାଳିକା ଦୁଷ୍କର୍ମ ଓ ଗର୍ଭପାତ ମାମଲାରେ କଡ଼ା କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ଡିଜିପି। ପୂର୍ବତନ ବୀରମିତ୍ରପୁର ଆଇଆଇସି ଆନନ୍ଦ ଚନ୍ଦ୍ର ମାଝୀଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଛି। ନାବାଳିକାଙ୍କ ନିକଟରେ କ୍ଷମା ପ୍ରାର୍ଥନା କରିଛନ୍ତି ଡିଜିପି।


ଘଟଣାଟି ଥିଲା ଏମିତି:-

ନାବାଳିକାକୁ ୧୪ ତାରିଖରେ ବସଷ୍ଟାଣ୍ଡରୁ ଉଦ୍ଧାର କରି ବୀରମିତ୍ରପୁର ପୋଲିସ ଗର୍ଭପାତ କରାଇଥିଲା। ଏନେଇ ବୀରମିତ୍ରପୁର ଥାନାର ବଡବାବୁଙ୍କ ନାଁରେ ଦୁଷ୍କର୍ମ ଅଭିଯୋଗ ଅଭିଯୋଗ କରିଛନ୍ତି ଖୋଦ୍ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ। ଜଣେ ନାବାଳିକାର ବୟାନକୁ ଆଧାର କରି ୬ ଜଣଙ୍କ ନାଁରେ ଦିଆଯାଇଥିବା ଏଫଆଇଆର ଦିଆଯାଇଥିଲା। ବିଶ୍ରାରେ ଥିବା ଏକ ସେଲ୍ଟର ହୋମ୍ ଦିଶାରେ ପୀଡିତାଙ୍କୁ ରଖିଥିଲା ପୋଲିସ୍।

ତେବେ ଖୋଦ୍ ଜିଲ୍ଲାପାଳ ଦିଶାକୁ ବୁଲି ଯିବା ବେଳେ ନାବାଳିକାଙ୍କ ଅସୁସ୍ଥତା ବିଷୟରେ ଅବଗତ ହୋଇ ତାକୁ ରାଉରକେଲା ଆଇଜିଏଚ୍‌ରେ ଭର୍ତ୍ତି କରିବାକୁ ନିର୍ଦ୍ଦେଶ ଦେଇଥିଲେ।

ତାପରେ ପୁରା ମାମଲାରୁ ପରଦା ଉଠିଥିଲା। ନାବାଳିକା ଜଣକ ଥାନା ବଡବାବୁଙ୍କ ସହ ୨ ପୋଲିସ କର୍ମଚାରୀଙ୍କ ନାଁରେ ଦୁଷ୍କର୍ମ ଅଭିଯୋଗ ଆଣିଥିଲେ। ସରକାର ଏହି ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ।

ଶେଷରେ ଉକ୍ତ ଘଟଣାରେ ସମ୍ପୃକ୍ତ ଥିବା ପୂର୍ବତନ ବୀରମିତ୍ରପୁର ଆଇଆଇସି ଆନନ୍ଦ ଚନ୍ଦ୍ର ମାଝୀଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି। ଏନେଇ ଡିଜିପି ଅଭୟ ଟ୍ୱିଟ୍ କରି ଜଣାଇଛନ୍ତି। ସମ୍ପୃକ୍ତ ପୋଲିସ ଅଧିକାରୀଙ୍କ ଆଚରଣକୁ ଲଜ୍ଜାଜନକ କହିଛନ୍ତି। ନାବାଳିକାଙ୍କ ନିକଟରେ ଆମେ କ୍ଷମାପ୍ରାର୍ଥନା କରୁଛୁ ଡିଜିପି କହିଛନ୍ତି।

ଆହୁରି ପଢ଼ନ୍ତୁ

‘ବିଜ୍ଞପ୍ତି ପ୍ରକାଶ ପାଇବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ମନେପଡ଼େ ନିର୍ବାଚନ ମଣ୍ଡଳୀ କଥା’

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

You might also like