ନବୀନଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି। ପେଟ୍ରୋଲିୟମ ଶିଳ୍ପ ପ୍ରକଳ୍ପ ପାଇଁ ଭିତ୍ତିଭୂମି ଯୋଗାଇବା ନେଇ ଚିଠି ଲେଖିଛନ୍ତି।

କେନ୍ଦ୍ରମନ୍ତ୍ରୀ ଅନେକ ପ୍ରକଳ୍ପକୁ ଜମି ମିଳିନଥିବା ଚିଠିରେ ଉଲ୍ଲେଖ କରିଛନ୍ତି। ଧର୍ମେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରାଳୟର ୪ଟି ପ୍ରକଳ୍ପକୁ ରାଜ୍ୟ ଜମି ଯୋଗାଉ ନାହିଁ ଚିଠିରେ ଧର୍ମେନ୍ଦ୍ର ଉଲ୍ଲେଖ କରିଛନ୍ତି।

ତାଇୱାନର ସିପିସି କର୍ପୋରେସନକୁ ଆବଶ୍ୟକ ସୁବିଧା ଦିଆଯାଉନାହିଁ ବୋଲି ଲେଖିଛନ୍ତି ଧର୍ମେନ୍ଦ୍ର। ପ୍ରକଳ୍ପ କାର୍ଯ୍ୟକାରୀ ପାଇଁ ସଂପୃକ୍ତ ବିଭାଗକୁ ସହଯୋଗ ପାଇଁ ନିର୍ଦ୍ଦେଶ ଦିଅନ୍ତୁ ବୋଲି ଚିଠିରେ ଉଲ୍ଲେଖ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

 

You might also like