ମହାନଦୀ ଗର୍ଭରେ ପ୍ରାଚୀନ ମନ୍ଦିରର ପୁନରୁଦ୍ଧାର ପାଇଁ ଧର୍ମେନ୍ଦ୍ରଙ୍କ ଚିଠି

ନୟାଗଡ଼: ନୟାଗଡ଼ ଜିଲ୍ଲା ଭାପୁର ବ୍ଲକ ପଦ୍ମାବତୀ ଗାଁ ନିକଟ ମହାନଦୀ ଗର୍ଭରେ ଠାବ ପ୍ରାଚୀନ ଗୋପୀନାଥ ମନ୍ଦିରର ପୁନରୁଦ୍ଧାର ଓ ସ୍ଥାନାନ୍ତର ପାଇଁ ଏଏସଆଇକୁ ନିର୍ଦ୍ଦେଶ ଦେବାକୁ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଚିଠିି ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଚିଠି ଲେଖି ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡ଼ିଛନ୍ତି। କେନ୍ଦ୍ରମନ୍ତ୍ରୀ ମନ୍ଦିର ପୁନରୁଦ୍ଧାର ପାଇଁ ASI ଅଧିକାରୀଙ୍କୁ ନିର୍ଦ୍ଦେଶ ଦେବାକୁ ନିବେଦନ କରିଛନ୍ତି ଧର୍ମେନ୍ଦ୍ର।  ମନ୍ଦିରର ଐତିହାସିକ ମହତ୍ତ୍ୱ ଥିବାରୁ ଅନ୍ୟତ୍ର ସ୍ଥାନାନ୍ତର ପାଇଁ ନିବେଦନ କରିଛନ୍ତି ।

ଅନ୍ୟପଟେ ଭୁବନେଶ୍ୱର ଆଇଆଇଟି ଓ ଉତ୍ତର ପ୍ରଦେଶର ରୋହିଲଖଣ୍ଡ ବିଶ୍ୱବିଦ୍ୟାଳୟର ଦୁଇ ପ୍ରତ୍ନତତ୍ୱବିତ୍ ଘଟଣାସ୍ଥଳକୁ ଯାଇ ତଥ୍ୟ ସଂଗ୍ରହ କରିଛନ୍ତି।  ଏଠାରୁ ମାଟି ଖୋଳି ନମୁନା ସଂଗ୍ରହ କରିବା ସହ ମନ୍ଦିରଟି କେଉଁ ପରିସ୍ଥିତିରେ ମହାନଦୀ ଗର୍ଭରେ ବିଲୀନ ହୋଇଗଲା, ସେ ନେଇ ଗବେଷଣା ଆରମ୍ଭ କରିଛନ୍ତି ।

ମହାନଦୀରେ ମନ୍ଦିରଟି କେବେ ପୋତିହେଲା, କିଭଳି ପୋତିହେଲା, ଏହା କେତେବର୍ଷର ପୁରୁଣା ଆଦି ବିଭିନ୍ନ ବିଷୟରେ ଅନୁଧ୍ୟାନ କରିଛନ୍ତି ଦୁଇ ପ୍ରତ୍ନତତ୍ୱବିତ୍‌।
DHARMENDRA_LETTER_ON_TEMPLE_AVO

NAYAGARH_TEMPLE_AVO_5PM
NAYAGADA_TEMPLE_SURVEY_AVO_PD

You might also like