ଝାଡ଼ାବାନ୍ତି ଆତଙ୍କ; ୨୦ରୁ ଅଧିକ ଡାକ୍ତରଖାନାରେ ଭର୍ତ୍ତି

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଶିରୋଲ ଗାଁରେ ବ୍ୟାପିଛି ଝାଡ଼ାବାନ୍ତି।  ଗାଁର ୨୦ରୁ ୨୫ ଜଣ ଏବେ ଝାଡ଼ବାନ୍ତିରେ ଆକ୍ରାନ୍ତ ହୋଇ ମେଡିକାଲ୍‌ରେ ଭର୍ତ୍ତି ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫ ଜଣ ଗୁରୁତର ଅବସ୍ଥାରେ ଟିଟିଲାଗଡ଼ ମେଡିକାଲ୍‌ରେ ଚିକିତ୍ସାଧିନ ଅଛନ୍ତି। ଏହା ପୂର୍ବରୁ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଜଣଙ୍କ ମୃତ୍ୟୁ ହୋଇସାରିଛି। ଏବେ ପୁଣି ଏହି ରୋଗ ବ୍ୟାପିବାରୁ ଗାଁରେ ଭୟର ବାତାବରଣ ସୃଷ୍ଟି ହୋଇଛି।

ସେପଟେ ଡାକ୍ତରୀ ଟିମ୍ ଚିକିତ୍ସା ପାଇଁ ପହଞ୍ଚିଛନ୍ତି। ଗାଁରେ ଅସ୍ୱାସ୍ଥ୍ୟକର ପରିବେଶ ଯୋଗୁ ଏପରି ପରିସ୍ଥିତି ଉପୁଜିଥିବା କୁହାଯାଉଛି। ଗ୍ରାମବାସୀଙ୍କ କହିବା ଅନୁଯାୟୀ,  ଗାଁକୁ ଭଲ ରାସ୍ତା ନଥିବା ବେଳେ ରାସ୍ତା କଡରେ କୁଢ଼କୁଢ଼ ଅଳିଆ ଆବର୍ଜନା ପଡ଼ୁଛି।

ଗ୍ରାମ୍ୟ ଜଳଯୋଗାଣ ପାଇପ ଫାଟି ଲିକ୍ ହେଉଥିବାରୁ ଏଥିରେ ନାଳନର୍ଦ୍ଦମା ପାଣି ମିଶୁଛି। ଫଳରେ ଲୋକମାନେ ଏହାକୁ ବ୍ୟବହାର କରି ରୋଗରେ ପଡୁଥିବା ଅଭିଯୋଗ ହୋଇଛି।

ଗାଁରେ ଡାକ୍ତରୀ ଟିମ୍ ପହଞ୍ଚି ସମସ୍ତ ରୋଗୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରି ମେଡିସିନ ଦେଇଛନ୍ତି।

ଆହୁରି ପଢ଼ନ୍ତୁ

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ୩ ଜୀବନ

ଓଡ଼ିଶାର ଏଇ ପ୍ରମୁଖ ସହର ୨ ଦିନ ସଟଡାଉନ୍

ଦୈନିକ ସାଢେ ୪ ଘଣ୍ଟା ହେବ ଗୃହ କାର୍ଯ୍ୟ

‘ବିଜ୍ଞପ୍ତି ପ୍ରକାଶ ପାଇବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ମନେପଡ଼େ ନିର୍ବାଚନ ମଣ୍ଡଳୀ କଥା’

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

You might also like