ଜଷ୍ଟିସ ଇନ୍ଦ୍ରଜିତ୍ ମହାନ୍ତି ହୋଇପାରନ୍ତି ରାଜସ୍ଥାନ ହାଇକୋର୍ଟର ମୁଖ୍ୟ ବିଚାରପତି

ଭୁବନେଶ୍ୱର: କଟକରେ ଜନ୍ମିତ ଜଷ୍ଟିସ ଇନ୍ଦ୍ରଜିତ୍ ମହାନ୍ତି ରାଜସ୍ଥାନ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇବାର ସମ୍ଭାବନା ରହିଛି। ଜଷ୍ଟିସ ମହାନ୍ତି ଏବେ ବମ୍ବେ ହାଇକୋର୍ଟରେ କାର୍ଯ୍ୟ କରୁଛନ୍ତି। ଜଷ୍ଟିସ ମହାନ୍ତିଙ୍କ ନୂଆ ନିଯୁକ୍ତି ସଂକ୍ରାନ୍ତରେ ସୁପ୍ରିମକୋର୍ଟଙ୍କ କଲେଜିୟମ ସୁପାରିସ୍ କରିଛନ୍ତି।

ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ରଞ୍ଜନ ଗୋଗୋଇଙ୍କ ଅଧ୍ୟକ୍ଷତାରେ ଗଠିତ କଲେଜିୟମ ରାଜସ୍ଥାନ ହାଇକୋର୍ଟର ମୁଖ୍ୟ ବିଚାରପତି ପଦ ପାଇଁ ଜଷ୍ଟିସ ମହାନ୍ତିଙ୍କ ନାମ ସୁପାରିସ୍ କରିଛନ୍ତି। ରାଜସ୍ଥାନ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଏସ୍ . ରବୀନ୍ଦ୍ର ଭଟ୍ଟଙ୍କୁ ପଦୋନ୍ନତି ମିଳିବା ପରେ ସେ ସୁପ୍ରିମକୋର୍ଟ ବିଚାରପତି ଭାବେ ନିଯୁକ୍ତି ପାଇଥିବାରୁ ସେହି ପଦ ଖାଲି ପଡ଼ିବ। ଓଡ଼ିଶା ହାଇକୋର୍ଟର କୌଣସି ବିଚାରପତି ଏବେ ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟ କରୁନାହାନ୍ତି।

ସୂଚନାଯୋଗ୍ୟ, ୧୯୬୦ ନଭେମ୍ବର ୧୧ ତାରିଖରେ କଟକରେ ଜନ୍ମିତ ଜଷ୍ଟିସ ମହାନ୍ତି ୧୯୮୪ ମସିହାରେ ଓଡ଼ିଶା ରାଜ୍ୟ ବାର କାଉନସିଲ ସଦସ୍ୟ ଭାବେ ଓକିଲାତି ଆରମ୍ଭ କରିଥିଲେ। ତାଙ୍କ ପିତା ବାରିଷ୍ଟର ରଣଜିତ୍ ମହାନ୍ତିଙ୍କ ଅଧୀନରେ ସେ ଲ’ ପ୍ରାକ୍ଟିସ୍ କରିଥିଲେ ଓ ୨୦୦୬ ମାର୍ଚ୍ଚ ୩୦ ତାରିଖରେ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଥିଲେ।

ଆହୁରି ପଢ଼ନ୍ତୁ

ଇଞ୍ଜିନିୟର ଏବେ ଦିନ ମଜୁରିଆ; କୋଦାଳ ଧରି ମାଟି ବୋହିଲେ

ଜେଲ୍ ଗଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ; ଆୟର ୨୪୧% ଥିଲା ବେଆଇନ

କୋଭିଡ୍‌-୧୯ ସୁସ୍ଥ ହେବା ପରେ କ’ଣ କରିବେ, ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ

କରୋନାରୁ ସୁସ୍ଥ ହେଲେ ୨୭୧୬ ଜଣ ଆକ୍ରାନ୍ତ

ରକ୍ତମୁଖା ପଡ଼ୋଶୀର ବିଭତ୍ସ କାଣ୍ଡ; ରକ୍ତରେ ଭିଜିଲା ଘର ଓ ଜମି

ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ୬ଟା ୧୫ ମିନିଟ୍‌ ଯାଏଁ ବିଜୁଳି ନଜାଳିବାକୁ ଆହ୍ୱାନ

ଭାଙ୍ଗିଯାଇଛି ପୋଲ, ସମସ୍ୟାରେ ୬ଟି ଗାଁ

ନିଲମ୍ବିତ ହେଲେ ଗୁଣପୁର ତହସିଲଦାର

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ୱେଲ୍ ମାର୍କରେ ପରିଣତ

ପଥର ଖାଦାନରେ ଚାଲାଣକୁ ନେଇ ମୁହାଁମୁହିଁ ପେସା ଓ ସିପିଆଇଏମ୍

ବାଲେଶ୍ୱର ଉପନିର୍ବାଚନ: ଆକର୍ଷଣ ସାଜିଛନ୍ତି ୯୦ ବର୍ଷର ବେଣୁଧର

ଦଳୀୟ ନେତାଙ୍କୁ ଗୁରୁମନ୍ତ୍ର ଦେଲେ ଚେଲ୍ଲାକୁମାର

You might also like