ଏହି ୬ ଜିଲ୍ଲାରେ ସ୍କୁଲ ଛୁଟି

ଭୁବନେଶ୍ୱର: ଗତକାଲିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। କେଉଁଠି ମୂଷଳଧାରା ତ କେଉଁଠି ତୁହାକୁ ତୁହା ବର୍ଷା ହେଉଛି। ଲଗାଣ ବର୍ଷା ଯୋଗୁ ରାସ୍ତା ଘାଟରେ ପାଣିର ସୁଅ ଛୁଟୁଛି। ତଳିଆ ଅଞ୍ଚଳ ଜଳମଗ୍ନ ହୋଇଗଲାଣି। ଫଳରେ ସାଧାରଣ ଜୀବନଯାତ୍ରା ବାଧାପ୍ରାପ୍ତ ହୋଇଛି।

ଏହାକୁ ଦୃଷ୍ଟିରେ ରଖି ରାଜ୍ୟର କିଛି ଜିଲ୍ଲାରେ ଆଜି ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରାଯାଇଛି।

ପ୍ରଥମେ ଗଞ୍ଜାମ, ଗଜପତି ଓ ଭଦ୍ରକ ଜିଲ୍ଲାର ସବୁ ସ୍କୁଲ, ଅଙ୍ଗନବାଡ଼ି କେନ୍ଦ୍ରକୁ ଜିଲ୍ଲାପାଳ ଛୁଟି ଘୋଷଣା କରିଥିଲେ। କିନ୍ତୁ ସମସ୍ତ ଶିକ୍ଷକ, କର୍ମଚାରୀଙ୍କୁ ସ୍କୁଲରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଥିଲା।

ହେଲେ ରାଜ୍ୟର ଆହୁରି କେତେକ ଜିଲ୍ଲାରେ ମଧ୍ୟ ବର୍ଷା ଲାଗି ରହିଛି। ଲୋକେ ଘରୁ ବାହାରି ପାରୁ ନାହାନ୍ତି। ତେଣୁ ପରିସ୍ଥିତିକୁ ଦେଖି ସ୍ଥାନୀୟ ପ୍ରଶାସନ କଟକ, କେନ୍ଦ୍ରାପଡ଼ା ଓ ଢେଙ୍କାନାଳ ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ରକୁ ଆଜି ଛୁଟି ଘୋଷଣା କରିଛନ୍ତି।

You might also like