ବସ୍‌ ଧକ୍କାରେ ଡାକ୍ତର ମୃତ

ଭୁବନେଶ୍ୱର: ଭୁବନେଶ୍ୱର ଚନ୍ଦ୍ରଶେଖରପୁର ପେଟ୍ରୋଲ ପମ୍ପ୍ ନିକଟରେ ଆଜି ସକାଳେ ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି।  ଦୁର୍ଘଟଣାରେ ଜଣେ ଡାକ୍ତରଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ବସନ୍ତ ରାଉତ।

ସୂଚନା ଅନୁସାରେ, ସେ ଅନୁଗୁଳରେ ମେଡିସିନ୍ ସ୍ପେଶାଲିଷ୍ଟ ଭାବେ କାର୍ଯ୍ୟ କରୁଥିଲେ। ଦୁର୍ଘଟଣା ପରେ ବସ୍  ଡ୍ରାଇଭର ଏବଂ ହେଲ୍‌ପର ଫେରାର ହୋଇ ଯାଇଛନ୍ତି।

ଅନ୍ୟପକ୍ଷରେ, ଏହି ଘଟଣା ପରେ ଉକ୍ତ ଅଞ୍ଚଳରେ ଉତ୍ତେଜନା ଦେଖା ଦେଇଥିଲା। ଏପରିକି ଉତ୍ତ୍ୟକ୍ତ ଲୋକେ ବସ୍‌କୁ ଭଙ୍ଗାରୁଜା କରିଥିଲେ। ଘଟଣାସ୍ଥଳରେ ପୁଲିସ ପହଞ୍ଚି ଶବକୁ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ୍ ହସ୍ପିଟାଲକୁ ପଠାଇଛି। ବର୍ତ୍ତମାନ ପରିସ୍ଥିତି ଶାନ୍ତ ରହିଛି।

 

You might also like