ଚିକିତ୍ସାରେ ତ୍ରୁଟି ! ଡାକ୍ତର-ରୋଗୀଙ୍କ ସମ୍ପର୍କୀୟ ମୁହାଁମୁହିଁ

ବ୍ରହ୍ମପୁର: ବ୍ରହ୍ମପୁର ବଡ଼ ମେଡିକାଲରେ ମଙ୍ଗଳବାର ଚିକିତ୍ସା ଜନିତ ତ୍ରୁଟିକୁ ନେଇ ତୁମୁଳକାଣ୍ଡ ଘଟିଛି। ଏପରିକି ରୋଗୀଙ୍କ ସମ୍ପର୍କୀୟ ଓ ଡାକ୍ତର ହାତାହାତି ହୋଇଥିବା ଅଭିଯୋଗ ହୋଇଛି।

ଗଜପତି ଜିଲ୍ଲା ଅଡବା ଅଞ୍ଚଳର ଅନିଲ ନାୟକ ନାମକ ଜଣେ ଯୁବକ ତାଙ୍କ ମାଆଙ୍କୁ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ଼ ମେଡିକାଲ ଆଣିଥିଲେ। ଚିକିତ୍ସାରେ ବିଳମ୍ବ ହେବାରୁ ଡାକ୍ତର ଓ ରୋଗୀଙ୍କ ସଂପର୍କୀୟଙ୍କ ମଧ୍ୟରେ ବଚସା ହୋଇଥିଲା । ଏହି ବଚସା ପରେ ଉଗ୍ର ରୂପ ନେଇ ପରେ ମାରପିଟ୍ ପର୍ଯ୍ୟନ୍ତ କଥା ଯାଇଥିଲା।

ଏହି ଘଟଣା ପରେ ରୋଗୀଙ୍କ ସମ୍ପକୀୟ ମେଡିକାଲ ଫାଣ୍ଡିରେ ଏତଲା ଦେବାକୁ ଯିବା ବେଳେ ତାଙ୍କୁ ଡାକ୍ତରୀ ଛାତ୍ର ମାଡ଼ ମାରିଥିବା ଅଭିଯୋଗ ହୋଇଛି । ଉଭୟ ପକ୍ଷରୁ ଏନେଇ ପୁଲିସ ନିକଟରେ ଅଭିଯୋଗ ହୋଇଛି । କାର୍ଯ୍ୟାନୁଷ୍ଠାନ ଦାବିରେ ଡାକ୍ତରୀ ଛାତ୍ର ଥାନା ଘେରାଉ କରିଥିଲେ। ଏହି ଘଟଣା ପରେ ପୁଲିସ ଅନିଲଙ୍କୁ ବୈଦନାଥପୁର ଥାନାକୁ ଆଣିଛି ।

ଏହି ଘଟଣାକୁ ନେଇ ଡାକ୍ତରଖାନା ପରିସରରେ ଉତ୍ତେଜନା ଦେଖା ଦେଇଥିଲା। ଅନ୍ୟପଟେ ଡାକ୍ତରୀ ଛାତ୍ର, ପୁଲିସ ଓ ରୋଗୀଙ୍କ ସଂପର୍କୀୟଙ୍କ ମଧ୍ୟରେ ରାତି ତମାମ ଆଲୋଚନା ହୋଇଥିଲା । ତେବେ ସମାଧାନର ସୂତ୍ର ବାହାରି ପାରି ନଥିବା ଅଭଯୋଗ ହୋଇଛି।

ଆହୁରି ପଢ଼ନ୍ତୁ

ପ୍ରାଣୀ ଉଦ୍ୟାନ ଓ ଡିୟର୍ ପାର୍କ ଖୋଲିବାର ଗାଇଡ୍ ଲାଇନ ଜାରି କଲେ ରାଜ୍ୟ ସରକାର

ଅକ୍ଟୋବରରୁ ୫୦% କର୍ମଚାରୀରେ ଚାଲିବ ଅଫିସ

ଉପନିର୍ବାଚନ ପାଇଁ ସରକାରଙ୍କ ତତ୍ପରତା; ଭୋଟର୍‌ଙ୍କୁ ଟାଣିବାକୁ ପ୍ରତିଶ୍ରୁତି ପର୍ବ ଆରମ୍ଭ

ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ; ତଦନ୍ତରେ ଶିଥିଳତାକୁ ନେଇ ଅସନ୍ତୋଷ ହାଇକୋର୍ଟ

ବିରୋଧୀଙ୍କ ବିରୋଧ ସତ୍ତ୍ୱେ ଓଡ଼ିଶା ସଂକ୍ରାମକ ରୋଗ ସଂଶୋଧନ ବିଲ୍ ପାରିତ

ଦିନକରେ ୪୨୧୯ କରୋନା ଆକ୍ରାନ୍ତ ସୁସ୍ଥ

ଅନୁସୂଚିତ ଜାତିଙ୍କ ଜମି ହଡ଼ପ ଅଭିଯୋଗ ଆଣିଲେ ପ୍ରଦୀପ ମାଝୀ

ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ ବିରୋଧରେ ABVP ଛାତ୍ରଙ୍କ ବିକ୍ଷୋଭ

ଭୁବନେଶ୍ୱରର ଏହି ସ୍ଥାନରୁ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ

କୋଭିଡ-୧୯ ପରିଚାଳନା ନେଇ ସରକାରଙ୍କୁ ବିରୋଧୀଙ୍କ ଟାର୍ଗେଟ୍

ମା’ ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା କେତେ ହେବ ? ଶୁଣାଣି ୯କୁ ଘୁଞ୍ଚିଲା

ଲଘୁଚାପ ସମ୍ଭାବନା; ଏହି ସବୁ ଜିଲ୍ଲା ପାଇଁ ରହିଛି ସତର୍କ ସୂଚନା

You might also like