• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

ଭୁବନେଶ୍ୱର : ଗୁରୁତର ନଥିଲେ କରୋନା ଆକ୍ରାନ୍ତଙ୍କୁ ହସ୍ପିଟାଲ ନଆସିବାକୁ ପରାମର୍ଶ । କରୋନା ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବଢ଼ୁଥିବା ବେଳେ ଏଭଳି ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ସମସ୍ତ ଜିଲ୍ଲାପାଳ, ପୌରାଞ୍ଚଳ କମିଶନର, CDMOଙ୍କୁ ଚିଠି ଲେଖି ଏ ସମ୍ପର୍କରେ ଅବଗତ କରାଇଛି ସ୍ୱାସ୍ଥ୍ୟବିଭାଗ  । ବିଭାଗ ପକ୍ଷରୁ କୁହାଯାଇଛି,  ଅକ୍ସିଜେନ ଆବଶ୍ୟକ ନ ଥିବା ଅନେକ ରୋଗୀ ଭୟଭୀତ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଫଳରେ ଗୁରୁତର ରୋଗୀଙ୍କ ପାଇଁ ହସ୍ପିଟଲାରେ ସହଜରେ ବେଡ ଉପଲବ୍ଧ ହୋଇପାରୁ ନାହିଁ ଏବଂ ସେମାନଙ୍କୁ ଉପଯୁକ୍ତ ସ୍ୱାସ୍ଥ୍ୟସେବା ମିଳି ପାରୁନାହିଁ।

ଗୁରୁତର ହୋଇନଥିବା ରୋଗୀ ଘରେ କିମ୍ବା କୋଭିଡ କେୟାରରେ ରହି ସୁସ୍ଥ ହୋଇପାରିବେ । ଏଭଳି ସ୍ଥିତିରେ ଗୁରୁତର ରୋଗୀଙ୍କ ପାଇଁ ଯେମିତି ହସପିଟାଲରେ ବେଡ୍ ଖାଲି ରଖାଯାଇପାରିବ ସେନେଇ ବ୍ୟବସ୍ଥା କରିବାକୁ କୁହାଯାଇଛି । ଏଥିସହ ଘରେ ରହି ଯେମିତି କରୋନା ଆକ୍ରାନ୍ତ ସୁସ୍ଥ ହୋଇପାରିବେ ଏବଂ ସେମାନଙ୍କ ମନୋବଳ ବୃଦ୍ଧି ପାଇବ ସେନେଇ ଡାକ୍ତରୀ ପରାମର୍ଶ ଉପରେ ଗୁରୁତ୍ୱ ଦେଇଛି ସ୍ୱାସ୍ଥ୍ୟ ବିଭାଗ ।

 

ଓଡ଼ିଶାରେ ଅକ୍ସିଜେନର ଅଭାବ ନାହିଁ । ଅନ୍ୟ ରାଜ୍ୟ ତୁଳନାରେ ଓଡ଼ିଶାର ସ୍ଥିତି ଭଲ ଅଛି । ରାଜ୍ୟରେ କରୋନା ସ୍ଥିତି ନେଇ ଡିଏମଇଟି ସିବିକେ ମହାନ୍ତି ଏପରି ସୂଚନା ଦେଇଛନ୍ତି । ରାଜ୍ୟରେ ଅକ୍ସିଜେନ ଉପଯୁକ୍ତ ପରିମାଣର ମହଜୁଦ ଅଛି । ସେହିପରି କୋଭିଡ କେୟାର ସେଣ୍ଟରରେ ମଧ୍ୟ ଅକ୍ସିଜେନ ବ୍ୟବସ୍ଥା କରାଯାଇଛି । ମେ ମାସ ବେଳକୁ କରୋନା ପିକ୍ରେ ରହିବା ସମ୍ଭାବନା ଅଛି । ତେବେ ଭୟଭୀତ ହୋଇ ମେଡିକାଲ ଆସିବାକୁ ମନାକଲେ DMET ସିବିକେ ମହାନ୍ତ ।

ସେପଟେ ରାଜ୍ୟରେ ଟିକାକରଣ ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକଙ୍କ ସୂଚନା ଦେଇଛନ୍ତି । ଆଜି ରାଜ୍ୟକୁ ୧ ଲକ୍ଷ ଡୋଜ୍ କୋଭିସିଲ୍‌ଡ ଟିକା ଆସିବ। ବର୍ତ୍ତମାନ ସୁଦ୍ଧା ୫୫ ଲକ୍ଷ ୫୦ ହଜାର ୩୮୦ ଡୋଜ୍ ଦିଆଯାଇଛି । ଅଗ୍ରାଧିକାର ଭିତ୍ତିରେ ପଶ୍ଚିମ ଓଡ଼ିଶାକୁ ଟିକା ଦିଆଯାଉଛି । ୧୮ ବର୍ଷରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କୁ ଟିକାକରଣ ନେଇ ଆଜି ଆଲୋଚନା କରାଯିବ ।

ସେପଟେ ରାଜ୍ୟରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ଟପିଛି । କିଛିଦିନ ହେବ ଲଗାତାର ଭାବେ ରାଜ୍ୟରେ ୬ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଯାହାକୁ ନେଇ ଚିନ୍ତା ବଢ଼ିଛି। ବେଶୀ ଚିନ୍ତା ବଢ଼ାଇଛି ଖୋର୍ଦ୍ଧା। ଗତ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ୬,୬୪୭ ନୂଆ କରୋନା ଆକ୍ରାନ୍ତ ମଧ୍ୟରୁ ଖୋର୍ଦ୍ଧାରୁ କେବଳ ୧,୧୮୯ ଚିହ୍ନଟ ହୋଇଛନ୍ତି। ଗତକାଲି ମଧ୍ୟ ଖୋର୍ଦ୍ଧାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଗତକାଲି ଖୋର୍ଦ୍ଧାରୁ ୯୫୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।

ସେହିପରି ରାଜ୍ୟରେ ଗତ ୨୪ ଘଣ୍ଟାରେ କରୋନା ଆକ୍ରାନ୍ତ ହୋଇ ରାଜ୍ୟରେ ୮ ଜଣଙ୍କ ମୃତ୍ୟୁ ହୋଇଛି। ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୨ ଜଣ ଆକ୍ରାନ୍ତ ମୃତ୍ୟୁ ହୋଇଥିବା ବେଳେ ବାଲେଶ୍ୱର, ବରଗଡ଼, ଭଦ୍ରକ, କଟକ, ନୂଆପଡ଼ା ଓ ବଲାଙ୍ଗିରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୯୮୧କୁ ବୃଦ୍ଧି ପାଇଛି।

 

Dont-come-to-the-hospital-if-you-are-not-serious-state-govt
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories