କେନ୍ଦ୍ରାପଡ଼ାରେ ପୁଣି ଏନ୍‌କାଉଣ୍ଟର; ଦୁର୍ଦ୍ଦାନ୍ତ ଅପରାଧୀ ଲିଟୁ ଆହତ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ାରେ ପୁଣି ଏନ୍‌କାଉଣ୍ଟର। ପୁଲିସ୍‌ ଏନ୍‌କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଦେବୀ ପ୍ରସାଦ ଦାସ ଓରଫ ଲିଟୁ ଦାସ ଆହତ ହୋଇଛି। ତା’ର ଡାହାଣ ଗୋଡ଼ରେ ଗୁଳି ବାଜିଛି। ଲିଟୁକୁ ଗୁରୁତର ଅବସ୍ଥାରେ ପ୍ରଥମେ ମାର୍ଶାଘାଇର ଏକ ମେଡିକାଲ୍‌ ପରେ କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟ ରେ ଭର୍ତ୍ତି କରାଯାଇଥିଲା। ସେଠାରେ ଅବସ୍ଥା ଗୁରୁତର ହେବାରୁ କଟକ ଏସ୍‌ସିବିକୁ ସ୍ଥାନାନ୍ତର କରାଯାଇଛି।

ମାର୍ଶାଘାଇ ଥାନା ଅନ୍ତର୍ଗତ ତିଖିରି-ବୌଦ ଅଫିସ ରାସ୍ତାରେ ଲିଟୁକୁ ମାର୍ଶାଘାଇ ପୁଲିସ୍‌ ଓ ସ୍ପେଶାଲ ସ୍କ୍ୱାଡ୍‌ ମିଳିତଭାବେ ଆଜି ଭୋର ସମୟରେ ଏହି ଏନ୍‌କାଉଣ୍ଟର କରିଛନ୍ତି।

ଲିଟୁ ନାଁରେ ଦାଦାବଟି ଆଦାୟ, ଟେଣ୍ଡର ଫିକ୍ସିଂ, ହତ୍ୟା ଧମକ, ହତ୍ୟା ଉଦ୍ୟମ ଭଳି ଅନେକ ମାମଲା ରହିଛି। ଗତ ୧୬ ତାରିଖରେ ଲିଟୁ ଜେଲ୍‌ରୁ ବାହାରିଥିଲା।

ସୂଚନାଥାଉ କି, ୧୯ ତାରିଖରେ ପୁଲିସ୍‌ ଏନ୍‌କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଗଣେଶ ମଲ୍ଲିକ ଗୁରୁତର ଆହତ ହୋଇଥିଲା। ଗଣେଶ ନାଁରେ ଅନେକ ଅପରାଧିକ ମାମଲା ରହିଛି। ସେ ୫ ବର୍ଷ ହେଲା ଫେରାର ଥିଲା।

ଆହୁରି ପଢ଼ନ୍ତୁ

ପ୍ରାଣୀ ଉଦ୍ୟାନ ଓ ଡିୟର୍ ପାର୍କ ଖୋଲିବାର ଗାଇଡ୍ ଲାଇନ ଜାରି କଲେ ରାଜ୍ୟ ସରକାର

ଅକ୍ଟୋବରରୁ ୫୦% କର୍ମଚାରୀରେ ଚାଲିବ ଅଫିସ

ଉପନିର୍ବାଚନ ପାଇଁ ସରକାରଙ୍କ ତତ୍ପରତା; ଭୋଟର୍‌ଙ୍କୁ ଟାଣିବାକୁ ପ୍ରତିଶ୍ରୁତି ପର୍ବ ଆରମ୍ଭ

ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ; ତଦନ୍ତରେ ଶିଥିଳତାକୁ ନେଇ ଅସନ୍ତୋଷ ହାଇକୋର୍ଟ

ବିରୋଧୀଙ୍କ ବିରୋଧ ସତ୍ତ୍ୱେ ଓଡ଼ିଶା ସଂକ୍ରାମକ ରୋଗ ସଂଶୋଧନ ବିଲ୍ ପାରିତ

ଦିନକରେ ୪୨୧୯ କରୋନା ଆକ୍ରାନ୍ତ ସୁସ୍ଥ

ଅନୁସୂଚିତ ଜାତିଙ୍କ ଜମି ହଡ଼ପ ଅଭିଯୋଗ ଆଣିଲେ ପ୍ରଦୀପ ମାଝୀ

ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ ବିରୋଧରେ ABVP ଛାତ୍ରଙ୍କ ବିକ୍ଷୋଭ

ଭୁବନେଶ୍ୱରର ଏହି ସ୍ଥାନରୁ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ

କୋଭିଡ-୧୯ ପରିଚାଳନା ନେଇ ସରକାରଙ୍କୁ ବିରୋଧୀଙ୍କ ଟାର୍ଗେଟ୍

ମା’ ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା କେତେ ହେବ ? ଶୁଣାଣି ୯କୁ ଘୁଞ୍ଚିଲା

ଲଘୁଚାପ ସମ୍ଭାବନା; ଏହି ସବୁ ଜିଲ୍ଲା ପାଇଁ ରହିଛି ସତର୍କ ସୂଚନା

You might also like